Odisha Budget 2024 : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ୨୪ ହଜାର ୭୬୪ କୋଟି
ଆସିଲା ୨୦୨୪-୨୫ ରାଜ୍ୟ ବଜେଟ । ବିଧାନସଭାରେ ବଜେଟ ୨୦୨୪-୨୫ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ସରକାର । ଏହି ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୪ ହଜାର ୭୬୪ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ରାଜ୍ୟ ସରକାର ଗୁରୁତ୍ବ ଦେଇଛନ୍ତି । ଯାହା ଦ୍ଵାରା ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆସିବ ।

ଆଜି ୨୦୨୪-୨୫ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପିତ ହୋଇଛି । ରାଜ୍ୟ ଅଭିବୃଦ୍ଧି ହାର ୭୮.୨୫ ପ୍ରତିଶତ ରହିଛି । ଯାହା ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ ରହିଛି । ତେବେ ଏହି ବଜେଟରେ ବିଭିନ୍ନ ବିଭାଗ ପାଇଁ ବ୍ୟୟବରାଦ କରାଯାଇଛି ।












Click it and Unblock the Notifications