ODISHA BUDGET 2025: ଆସନ୍ତା ୧୩ରୁ ବିଧାନସଭାର ବଜେଟ ଅଧିବେଶନ, କଣ ରହିବ ରୂପରେଖ ?
ଆସନ୍ତା ୧୩ରୁ ବିଧାନସଭାର ବଜେଟ ଅଧିବେଶନ । ୧୭ରେ ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ । ବଜେଟ ଉପସ୍ଥାପନ ପରେ ଏହା ଉପରେ ବିଧାନସଭାରେ ସ୍ବତନ୍ତ୍ର ଆଲୋଚନା ହେବ । ଏକାଧିକ ପ୍ରସଙ୍ଗକୁ ନେଇ ଏଥର ଗୃହ ବେଶ୍ ସରଗରମ ହେବା ସମ୍ଭାବନା ରହିଛି । ଶାସକ ଦଳକୁ ଘେରିବାକୁ ବିରୋଧୀ ବିଜେଡି ଓ କଂଗ୍ରେସ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତି ଚଳାଇଛନ୍ତି।
୨୦୨୪-୨୫ ଆର୍ଥିକ ବର୍ଷରେ ସରକାର ୨.୬୫ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବାବେଳେ ୨୦୨୫-୨୬ ବଜେଟର ଆକାର ୩ଲକ୍ଷ କୋଟି ଛୁଇଁବା ସମ୍ଭାବନା ରହିଛି । ରାଜ୍ୟ ସରକାର ସୁଭଦ୍ରା ଯୋଜନା ସମେତ ଏକାଧିକ ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବାକୁ ଲକ୍ଷ୍ୟ ରଖିଥିବାରୁ ବଜେଟର କଳେବର ବୃଦ୍ଧି ପାଇବ ବୋଲି ବହୁ ଅର୍ଥନୀତି ବିଶେଷଜ୍ଞ ମତ ଦେଇଛନ୍ତି । ଆସନ୍ତା ୧୩ରୁ ଆରମ୍ଭ ହୋଇ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବାକୁ ଥିବା ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ହେବ ।

ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ୧୩ରୁ ଆରମ୍ଭ ହୋଇ ଫେବୃଆରୀ ୨୧ପର୍ଯ୍ୟନ୍ତ ଚାଲିବ । ଫେବୃଆରୀ ୨୨ରୁ ୨୮ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ । ମାର୍ଚ୍ଚ ୧ରୁ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇ ଏହା ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବାକୁ ସ୍ଥିର ହୋଇଛି । ମୋଟ ୫୨ଦିନ ଧରି ଚାଲିବାକୁ ଥିବା ବିଧାନସଭାରେ ମୋଟ ୨୮ଟି କାର୍ଯ୍ୟ ଦିବସ ରହିଛି।
ଫେବୃଆରୀ ୧୩ରେ ଗୃହ ଆରମ୍ଭ ହେବା ପରେ ରାଜ୍ୟପାଳ ଗୃହରେ ଅଭିଭାଷଣ ପ୍ରଦାନ କରିବେ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଉଭୟ ଶାସକ ଓ ବିରୋଧୀ ସଦସ୍ୟମାନେ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜ ମତ ରଖିବେ । ଫେବୃଆରୀ ୧୭ରେ ମୁଖ୍ୟମନ୍ତ୍ରୀ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।
୨୦୨୪-୨୫ ଆର୍ଥିକ ବର୍ଷରେ ସରକାର ୨.୬୫ଲକ୍ଷ କୋଟି ଟଙ୍କାର ବଜେଟ ସହିତ ୧୨ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ପାରିତ କରିଥିଲେ । ବଜେଟ ଅର୍ଥ ଖର୍ଚ୍ଚ କରିବାେର ସରକାର ସମର୍ଥ ହୋଇପାରିନାହାନ୍ତି । ସେହିପରି ରେଳବାଇ କ୍ଷେତ୍ରରେ ମଧ୍ୟ ସମାନ ଅବସ୍ଥା। ଏହି ଦୁଇଟି ପ୍ରସଙ୍ଗରେ ବିରୋଧୀ ବିଜେଡି ଓ କଂଗ୍ରେସ ସରକାରଙ୍କୁ ଘେରିବା ସମ୍ଭାବନା ରହିଛି। ଏଥିସହିତ ଶୀତଳଭଣ୍ଡାର ସ୍ଥାପନ, ଜଳସେଚନ ସୁବିଧା, ଶିକ୍ଷାନୀତି ଲାଗୁ ଭଳି ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ କାଠଗଡ଼ାକୁ ଟାଣିବା ସମ୍ଭାବନା ରହିଥିବା ରାଜନୈତିକ ବିଶେଷଜ୍ଞ ମତପ୍ରକାଶ କରିଛନ୍ତି। ଶାସକ ବିଜେପି ବିରୋଧୀଙ୍କ ପ୍ରଶ୍ନର ଉତ୍ତର ରଖିବା ସହିତ ଗୃହ ଭିତରେ ଶାସକ ଦଳକୁ ସୁରକ୍ଷା ଦେବା ନୂଆ ମନ୍ତ୍ରୀଙ୍କ ପାଇଁ ଆହ୍ବାନ ହେବ ବୋଲି ରାଜନୈତିକ ବିଶେଷଜ୍ଞ ମହଲରେ ମତପ୍ରକାଶ ପାଇଛି।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications