Odisha Budget 2025: ଆସନ୍ତାକାଲିଠୁ ବିଧାନସଭାର ବଜେଟ ଅଧିବେଶନ: ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ
ଆସନ୍ତାକାଲି ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏନେଇ ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି । ଅଧିବେଶନକୁ ସୁରୁଖୁରୁରେ ସାରିବାକୁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି ।
ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଶାନ୍ତିଶୃଙ୍ଖଳାର ସହିତ ବଜେଟ୍ ଅଧିବେଶନ ଅନୁଷ୍ଠିତ କରାଯିବା ପାଇଁ ସେନେଇ ବାଚସ୍ପତି ବିରୋଧୀ ଏବଂ ଶାସକ ଦଳ ମଧ୍ୟରେ ସମନ୍ବୟ ରକ୍ଷା ପାଇଁ ଏହି ବୈଠକ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ, ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ। ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ।
ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ। ୧୪ ଓ ୧୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆସିଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ।
ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ଆଲୋଚନା
ମାର୍ଚ୍ଚ ୭ ତାରିଖରେ ବିଭିନ୍ନ ବିଭାଗୀୟ ଷ୍ଟାଣ୍ଡିଂ କମିଟିର ରିପୋର୍ଟ ଉପସ୍ଥାପନ ହେବ। ମାର୍ଚ୍ଚ ୧୦ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବଜେଟ୍ ଉପରେ ଆଲୋଚନା ହେବ। ମାର୍ଚ୍ଚ ୩୦ ତାରିଖ ରବିବାର ଓ ୩୧ ତାରିଖ ଇଦୁଲ୍ଫିତର୍ ପଡୁଥିବାରୁ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବ।












Click it and Unblock the Notifications