ଆସିଲା ରାଜ୍ୟ ବଜେଟ୍: କୃଷି କ୍ଷେତ୍ର ପାଇଁ ୨୪ ହଜାର ୮୨୯ କୋଟି ବ୍ୟବବରାଦ
ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନରେ ରାଜ୍ୟ ବଜେଟ୍ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏଥର ବଜେଟର ୨ ଲକ୍ଷ ୩୦ ହଜାର କୋଟି ବ୍ୟୟ ଅଟକଳ ହୋଇଛି ।

ଭୁବନେଶ୍ୱର: ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନରେ ରାଜ୍ୟ ବଜେଟ୍ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏଥର ବଜେଟର ୨ ଲକ୍ଷ ୩୦ ହଜାର କୋଟି ବ୍ୟୟ ଅଟକଳ ହୋଇଛି । ଗତବର୍ଷ ତୁଳନାରେ ଏବର୍ଷ ପ୍ରାୟ ୧୫ ପ୍ରତିଶତ ବଜେଟ୍ ବଢିଛି । ଗତ ବର୍ଷ ବଜେଟ ୨ ଲକ୍ଷ କୋଟି ଟଙ୍କା ଥିଲା ।
ତେବେ ପ୍ରଥମେ ଉପସ୍ଥାପିତ ହୋଇଛି କୃଷି ବଜେଟ୍ । କୃଷି ପାଇଁ ବଜେଟରେ ମୋଟ୍ ୨୪ ହଜାର ୮୨୯ କୋଟି ବ୍ୟୟବରାଦ ହୋଇଛି । ଧାନ ସଂଗ୍ରହ କାର୍ଯ୍ୟକ୍ରମ ପାଇଁ ୨ ହଜାର କୋଟିର ରିଭଲିଂ ଫଣ୍ଡ ରହିଛି । ସେହିପରି କାଳିଆ ଯୋଜନା ପାଇଁ ୧ ହଜାର ୮ ଶହ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି ସରକାର ।
ରାଜ୍ୟ ଫସଲ ଉତ୍ପାଦନ କ୍ଷେତ୍ରରେ OUAT ର ଭୂମିକା ଉଲ୍ଲେଖନୀୟ ରହିଥିବା କହିଛନ୍ତି ଅର୍ଥମନ୍ତ୍ରୀ । ତେଣୁ ଶିକ୍ଷା ଓ ଭିତ୍ତିଭୁମି ୧୬୬ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଚାଷୀଙ୍କ ଆୟ ବୃଦ୍ଧି ସାଙ୍ଗକୁ ଉଦ୍ୟାନ କୃଷି ମଧ୍ୟ କୃଷକଙ୍କୁ ସଶକ୍ତ କରିଛି । ଉଦ୍ୟାନ କୃଷି ନିମନ୍ତେ ୩୮୧ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।
ସେହିପରି କୃଷି କ୍ଷେତ୍ରରେ ମହିଳା SHGଙ୍କୁ ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର ବ୍ୟୟବରାଦ ହୋଇଛି । କୃଷି କ୍ଷେତ୍ରରେ ମହିଳା SHGଙ୍କ ପାଇଁ ୫ ବର୍ଷରେ ୩୬୭ କୋଟି ଖର୍ଚ୍ଚ ହେବ । ଛତୁ ମିଶନ ଓ ଫୁଲ ଚାଷ ମିଶନ ପାଇଁ ୧୦୦ କୋଟି ବ୍ୟୟବରାଦ ହୋଇଛି । ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବ । ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ପାଇଁ ୮୫୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।
-
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
ଏଲପିଜି ନିୟମକୁ ସଂଶୋଧନ କଲେ କେନ୍ଦ୍ର ସରକାର, ଏଣିକି ପିଏନ୍ଜି ସଂଯୋଗ ଥିଲେ ମିଳିବ ନାହିଁ ଏଲ୍ପିଜି -
ତମିଲନାଡରେ ବିଜେପିର ରଣନୀତି, ବିଜୟଙ୍କୁ ଦେଲା ବଡ ଅଫର୍ -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ , ଯାତାୟାତ ବନ୍ଦ ପାଇଁ ସୂଚନା ଦେଲେ ପୁରୀ ଏସ୍ପି -
ବିବାହ ବନ୍ଧନରେ ବାନ୍ଧିହେଲେ କୁଲଦୀପ-ବଂଶୀକା












Click it and Unblock the Notifications