For Quick Alerts
Turn On Notification  
For Daily Alerts
Oneindia App Download

ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ, ୩୦ରେ ରାଜ୍ୟ ବଜେଟ

ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ଚଳିତଥର ବଜେଟ ଅଧିବେଶନରେ ୬ଟି କାର୍ଯ୍ୟ ଦିବସ ରହିଛି ।

|

ଭୁବନେଶ୍ୱର: ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ଚଳିତଥର ବଜେଟ ଅଧିବେଶନରେ ୬ଟି କାର୍ଯ୍ୟ ଦିବସ ରହିଛି । ପ୍ରଥମ ଦିନ ଗୃହକୁ ସମ୍ବୋଧନ କରିବେ ରାଜ୍ୟପାଳ ପ୍ରଫେସର ଗଣେସୀ ଲାଲ୍ । ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଦୁଇ ଦିନ ଧରି ଆଲୋଚନା ହେବ । ୩୦ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ କାମଚଳା ବଜେଟ ଆଗତ କରିବେ । ୩୧ ତାରିଖରେ ବଜେଟ ପାରିତ ପାଇଁ ଆସିବ ବ୍ୟୟ ମଞ୍ଜୁରୀ ବିଲ୍ ।

Odisha Budget Session

ମାର୍ଚ୍ଚ ୨୭ ତାରିଖ ଓ ରବିବାର ଗୃହ କାର୍ଯ୍ୟ ବନ୍ଦ ରହିବ । ବିଧାନସଭା ବଜେଟ ଅଧିବେଶନକୁ ନେଇ ବିଧାନସଭା କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବଜେଟ ଅଧିବେଶନ ସମୟରେ ରାଜ୍ୟ ସରକାରଙ୍କ କୋଭିଡ ଗାଇଡଲାଇନ୍‌ ଅନୁଯାୟୀ ଗୃହ ପରିଚାଳନା କରାଯିବ ବୋଲି କହିଛନ୍ତି ବାଚସ୍ପତି।

୨୦୨୧-୨୨ଆର୍ଥିକ ବର୍ଷରେ ସରକାର ପ୍ରଥମେ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ପାସ୍‌ କରିଥିଲେ । ଡିସେମ୍ବର ମାସରେ ୧୯ ହଜାର ୮୩୩ କୋଟି ୧୩ ଲକ୍ଷ ୩୧ ହଜାର ଟଙ୍କାର ଅତିରିକ୍ତ ବଜେଟ୍ ପାରିତ ହୋଇଥିଲା ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Budget Session 2022 Set to Begins From March 25
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X