ବଜେଟ୍ ଅଧିବେଶନ, 2ୟ ଦିନ: ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ, ଗୃହ ମୁଲତବୀ

ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳରେ କମ୍ପିଲା ବିଧାନସଭା । ଫଳରେ ଦିନ ୧୧ଟା ୩୦ ଯାଏ ଗୃହ ମୁଲତବି ରଖିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

Odisha Assembly

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ତଥା ଓଡିଶା ବିଧାନସଭା ବଜେଟ ଅଧିବେଶନର ଆଜି ହେଉଛି ଦ୍ବିତୀୟ ଦିନ । ତେବେ ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳରେ କମ୍ପିଲା ବିଧାନସଭା । ଫଳରେ ଦିନ ୧୧ଟା ୩୦ ଯାଏ ଗୃହ ମୁଲତବି ରଖିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

ଆଜି ବିଜେପି ଓ କଂଗ୍ରେସ ନବ ଦାସ ହତ୍ୟା ଓ ଆଇନଶୃଙ୍ଖଳା ପ୍ରସଙ୍ଗ ଉଠାଇ ନାରାବାଜି ଆରମ୍ଭ କରିଥିଲେ । ସେପଟେ ଶାସକ ବିଜେଡି ସଦସ୍ୟ ମଧ୍ୟ କେନ୍ଦ୍ରର କୃଷି ମାରଣ ନୀତି ଉଠାଇ ଥିଲେ । ପୋଷ୍ଟର ଓ ବ୍ୟାନର ଦେଖାଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ ।

ତେବେ ଗତକାଲି ଆରମ୍ଭରୁ ସରଗରମ ରହିଥିଲା ବିଧାନସଭା । ଆରମ୍ଭରୁ ବିରୋଧୀ ହଟ୍ଟଗୋଳ କରିଥିଲେ । ନବ ଦାସଙ୍କ ହତ୍ୟାକାଣ୍ଡ ଓ ରାଜ୍ୟର ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ଗୃହରେ କଂଗ୍ରେସ ନାରାବାଜି କରିଥିଲେ । ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ । ରାଜ୍ୟପାଳଙ୍କ ଅଭିଭାଷଣ ଜାରି ରହିଥିବା ବେଳେ ବିରୋଧୀ ବିଜେପି ବିଧାୟକ କକ୍ଷତ୍ୟାଗ କରିଥିବା ବେଳେ ବାଚସ୍ପତିଙ୍କ ପୋଡିୟମ ତଳେ ଧାରଣା ଦେଇଥିଲେ କଂଗ୍ରେସ ବିଧାୟକ । ବିରୋଧୀ ବିଜେପି କକ୍ଷତ୍ୟାଗ କରିବା ପରେ ବିଧାନସଭାର ପ୍ରବେଶ ପଥରେ ଧାରଣା ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+