ଆଜି ଆସିବ ବର୍ଷ ୨୦୨୨-୨୩ ପାଇଁ କାମଚଳା ବଜେଟ୍
ଆଜି ବିଧାନସଭାରେ ଆଗତ ହେବ କାମଚଳା ବଜେଟ୍ । ଅପରାହ୍ଣରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ୍ ଉପସ୍ଥାପନ କରିବେ । କାମଚଳା ବଜେଟ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ ।
ଭୁବନେଶ୍ୱର: ଆଜି ବିଧାନସଭାରେ ଆଗତ ହେବ କାମଚଳା ବଜେଟ୍ । ଅପରାହ୍ଣରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ୍ ଉପସ୍ଥାପନ କରିବେ । କାମଚଳା ବଜେଟ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ ।

ଅର୍ଥମନ୍ତ୍ରୀ ପ୍ରଥମେ ବାର୍ଷିକ ବଜେଟ ଆକଳନ ଉପସ୍ଥାପନ କରିବେ । ପରେ ଅନ୍ୟ ଏକ ପ୍ରସ୍ତାବରେ ୧ ଲକ୍ଷ ୬ ହଜାର ୪୯୭ କୋଟି ରଙ୍କାର ଭୋଟ ଅନ୍ ଆକାଉଣ୍ଟ ଗ୍ରାଣ୍ଟ ଗୃହର ଅନୁମତି ପାଇଁ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ଏହା ଆସନ୍ତାକାଲି ବ୍ୟୟମଞ୍ଜୁରୀ ବିଲ ଆକାରରେ ଅନୁମୋଦନ ଲାଭ କରିବ । ଆସନ୍ତା ଆର୍ଥିକ ବର୍ଷରେ ପୂର୍ଣ୍ଣାଙ୍ଗ ବଜେଟ ୧୮ ପ୍ରତିଶତ ବୃଦ୍ଧି ପାଇ ୨ ଲକ୍ଷ କୋଟି ଟପିବ ବୋଲି ଆଶା କରାଯାଉଛି ।












Click it and Unblock the Notifications