ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ, ସରଗରମ ରହିପାରେ ଗୃହ
ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ । ଅଧିବେଶନ ଆରମ୍ଭରୁ ବେଶ୍ ସରଗରମ ରହିଛି ଗୃହ । ଆଜି ମଧ୍ୟ ଗୃହରେ ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ ।

କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଛି ।
ବିଧାୟକମାନେ ଚାହିଁଲେ ଭିନ୍ନ ପ୍ରଶ୍ନ ପଚାରିପାରିବେ । ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିବ । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ ।












Click it and Unblock the Notifications