Odisha Budget: ବଜେଟ୍ ପୂର୍ବରୁ ରାଜ୍ୟପାଳ ହରିବାବୁ କମ୍ଭମ୍ପାଟିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ବଜେଟ୍ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ପହଞ୍ଚି ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଉଭୟଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ସୌଜନ୍ୟମୂଳକ ଆଲୋଚନା ମଧ୍ୟ ହୋଇଛି ।
ବର୍ଷର ପ୍ରଥମ ଅଧିବେଶନ ହୋଇଥିବା କାରଣରୁ ଆସନ୍ତାକାଲି ରାଜ୍ୟପାଳଙ୍କ ସମ୍ବୋଧନରୁ ହିଁ ଗୃହକାର୍ଯ୍ୟ ଆରମ୍ଭ ହେବ । ଏହା ପୂର୍ବରୁ ଗାଣତାନ୍ତ୍ରିକ ପରମ୍ପରା ଅନୁସାରେ, ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି ।

ଦୁଇ ପର୍ଯ୍ୟାୟରେ ବିଧାନସଭାର ବଜେଟ୍ ଅଧିବେଶନ
ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଥିବା ବେଳେ ୧୭ ତାରିଖରେ ମୋହନ ସରକାର ୨୦୨୫-୨୬ ଆର୍ଥିକ ବର୍ଷର ଵଜେଟ୍ ଉପସ୍ଥାପିତ କରିବେ । ଦୁଇ ପର୍ଯ୍ୟାୟ ବିଶିଷ୍ଟ ଏହି ଅଧିବେଶନରେ ରାଜ୍ୟ ସରକାରଙ୍କୁ ଅକଳିରେ ପକାଇବା ପାଇଁ ସଜବାଜ ହେଉଛନ୍ତି ବିରୋଧୀ । ୧୩ ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଓ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ହେବ ।
ମାଳ ମାଳ ପ୍ରସଙ୍ଗକୁ ନେଇ ମୋହନ ସରକାରକୁ ଘେରିବେ ଉଭୟ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସ । ତେବେ ରାଜ୍ୟ ସରକାର ମଧ୍ୟ ପଛ ଘୁଞ୍ଚା ଦେବେନାହିଁ । 8ମାସର ସରକାରର ସଫଳତା ସହ ବିରୋଧୀଙ୍କୁ ମୁଁହତୋଡ ଜବାବ ଦେବେ ସରକାର ବୋଲି କହିଛନ୍ତି ସରକାରୀ ଦଳର ବିଧାୟକ । ସେପଟେ ବିରୋଧୀଙ୍କୁ ବୁଝାଇ ଗୃହକୁ ସୁଚାରୁରୂପେ ପରିଚାଳନା କରିବାକୁ ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ।
ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ
ସେପଟେ ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ମଧ୍ୟ ଆରମ୍ଭ ହୋଇଛି । ଶାସକ-ବିରୋଧୀ ଦଳର ନେତାମାନେ ଏଥିରେ ଅଂଶଗ୍ରହଣ କରିଛନ୍ତି । ଶୃଙ୍ଖଳିତ ଗୃହକାର୍ଯ୍ୟ ସହ ଫଳପ୍ରଦ ଆଲୋଚନା ପାଇଁ ବାଚସ୍ପତି ସମସ୍ତଙ୍କ ସହଯୋଗ ଲୋଡିବେ । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଅନୁମତି ଦେବାକୁ ଦାବି କରିବେ ବିରୋଧୀ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications