ଧାମନଗର ଉପନିର୍ବାଚନ ପାଇଁ କମିଟି ଗଠନ କଲା କଂଗ୍ରେସ
ଧାମନଗର ଉପନିର୍ବାଚନ ପାଇଁ କମିଟି ଗଠନ କଲା କଂଗ୍ରେସ
ଭୁବନେଶ୍ୱର: ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ । ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇସାରିଛି । ସୋମବାର ତାରିଖ ଘୋଷଣା କରି ସାରିଛନ୍ତି ନିର୍ବାଚନ କମିଶନ । ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ଉପନିର୍ବାଚନ ନିମନ୍ତେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଚୟନ କରିବା ପାଇଁ ପିସିସି ପକ୍ଷରୁ କମିଟି ଗଠନ କରାଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି ।

ଏହି କମିଟିରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଓ ଶରତ ରାଉତଙ୍କ ନାଁ ରହିଛି । ଏହି କମିଟି ଖୁବ୍ଶୀଘ୍ର ଧାମନଗର ଗସ୍ତ କରି ଲୋକଙ୍କ ସହ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରିବେ । ଆସନ୍ତା ୮ ତାରିଖ ସୁଦ୍ଧା ପାର୍ଥ୍ରୀଙ୍କ ନାମ ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବ। ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ, ଏହି ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୧୪ ରହିଛି । ଅକ୍ଟୋବର ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାର କରିବାର ଶେଷ ତାରିଖ। ନଭେମ୍ବର ୩ରେ ଭୋଟ୍ ଗ୍ରହଣ ହେବ। ୬ ତାରିଖରେ ଭୋଟ୍ ଗଣତି ହୋଇ ଫଳ ପ୍ରକାଶ ପାଇବ ।
ସୂଚନାଯୋଗ୍ୟ ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିଲା । ଏହାପରେ ଉପନିର୍ବାଚନ ନେଇ କଳ୍ପନାଜଳ୍ପନା ଚାଲିଥିଲା ।ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କର ପରଲୋକ ପରଠୁ ଏହି ଆସନଟି ଖାଲି ପଡ଼ିଛି ।












Click it and Unblock the Notifications