Get Updates
Get notified of breaking news, exclusive insights, and must-see stories!

ରାଜ୍ୟ କ୍ୟାବିନେଟ୍ ବୈଠକରେ 12 ପ୍ରସ୍ତାବକୁ ମୋହର, ମେଟ୍ରୋ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର: ଆଉ ପାଦେ ଆଗେଇଲା ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ । କଟକ-ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ରିପୋର୍ଟକୁ ଆଜି ମିଳିଛି କ୍ୟାବିନଟ୍ ମଞ୍ଜୁରୀ । ମେଟ୍ରୋ ରେଳ ପ୍ରକଳ୍ପ ଡିପିଆର୍‌କୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଛି ।

cabinet meeting

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ 12 ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । କ୍ୟାବିନେଟ ବୈଠକରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ 5 ଟି ଉପକ୍ରମରେ ନୂଆ ଯୋଜନା ଆମ ହସ୍ପିଟାଲକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ସେହିପରି ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାର ନୂଆ ଯୋଜନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ ଅଧୀନରେ କାମ କରିବ ନୂଆ ଯୋଜନା SCRIPS । ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ ପ୍ରଦାନ କରିଛି ।

ସେହିପରି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ବିସ୍ତୃତ ପ୍ରକଳ୍ପ ରିପୋର୍ଟକୁ କ୍ୟାବିନେଟ୍ ମୋହର ମାରିବା ସହ 5929 କୋଟି 38 ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ମଞ୍ଜୁରୀ ଦେଇଛି ରାଜ୍ୟ କ୍ୟାବିନେଟ୍ । ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଜାନିବିଲି ଗାଁ ନିକଟ ଋଶିକୁଲ୍ୟା ନଦୀରେ ହେବ ବ୍ୟାରେଜ୍ । 5ବର୍ଷ ଭିତରେ ଏହି ବହୁମୁଖୀ ପ୍ରକଳ୍ପ ନିର୍ମାଣ ହେବ । ଏଥିରେ ବିଦ୍ୟୁତ ଶକ୍ତି ଉତ୍ପାଦନ ସହିତ ରାସ୍ତା ସଂଯୋଗୀକରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ସେହିପରି ବ୍ରହ୍ମପୁରରେ ପ୍ରସ୍ତାବିତ ରିଂ ରୋଡକୁ କ୍ୟାବିନେଟ୍ ଗ୍ରୀନ୍ ସିଗନାଲ ଦେଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+