Get Updates
Get notified of breaking news, exclusive insights, and must-see stories!

ମିଶନ ଶକ୍ତି ସ୍କୁଟର ଯୋଜନା ଓ ଚାଷୀଙ୍କ ଋଣ ଉପରେ ସୁଧ ଛାଡ଼ ସମେତ 17 ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର: ମିଶନ ଶକ୍ତି ସ୍କୁଟର ଯୋଜନା କୁ ମୋହର ମାରିଛି ରାଜ୍ୟ କ୍ୟାବିନେଟ୍ । ଏହା ସହ 17 ପ୍ରସ୍ତାବ କୁ ଅନୁମୋଦନ ଦେଇଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକ । ଏଥି ସହ କର୍କଟ ରୋଗୀଙ୍କ ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି ।

naveen patnaik

ଓଡ଼ିଶା କମ୍ପ୍ରିହେନସିଭ କ୍ୟାନସର ପ୍ଲାନକୁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ ମିଳିଛି । 5 ପ୍ରତିଶତ ସୁଧରେ ସମବାୟ ବ୍ୟାଙ୍କ ଓ ପ୍ରାଥମିକ ସମବାୟ ସମିତିରୁ ଫସଲ ଋଣ ନେଉଥିବା ଚାଷୀଙ୍କ ଋଣ ଉପରେ ସୁଧ ଛାଡ ହେବ । ଏହା ଫଳରେ କୃଷିକ୍ଷେତ୍ର ଆହୁରି ମଜବୁତ୍ ହେବ । ଚଳିତ ଆର୍ଥିକ ବର୍ଷରୁ ଆଗାମୀ ପାଞ୍ଚ ବର୍ଷ ପାଇଁ ଏହି ସୁଧ ଛାଡ ବ୍ୟବସ୍ଥା ଲାଗୁ ହେବ । ସେହିପରି ଓଡ଼ିଶା ରାଜ୍ୟ ସମବାୟ ବିପ୍ପଣନ ସଂଘ ପାଇଁ ସ୍ୱତନ୍ତ୍ର କର୍ପସ ପାଣ୍ଠି ଗଠନ କରିଛନ୍ତି ସରକାର ।

କ୍ୟାବିନେଟ୍ ବୈଠକରେ ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ 528.55 କୋଟି ଟଙ୍କାର ବଜେଟ୍ ନିର୍ଦ୍ଧାରଣ କରାଯାଇଛି । ଆଗାମୀ 5 ବର୍ଷରେ ଏହି ଅର୍ଥରେ ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀର ମହାସଂଘ ସହ କାର୍ଯ୍ୟରତ କମ୍ୟୁନିଟି ସର୍ପୋଟ ଷ୍ଟାଫ୍ ଏବଂ କାର୍ଯ୍ୟନିର୍ବାହୀ କମିଟି ସଦସ୍ୟା ସ୍କୁଟି କିଣି ପାରିବେ । ପସନ୍ଦ ମୁତାବକ ସ୍କୁଟି କିଣିବା ପାଇଁ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ଫେରସ୍ତ ପାଇବେ ।

ବନ ସୁରକ୍ଷା ସମିତି କୋଠା ନିର୍ମାଣ ପାଇଁ ସରକାରଙ୍କ ନୂଆ ଯୋଜନା ମଧ୍ୟ ଅନୁମୋଦନ ପାଇଛି । ପ୍ରତି ଜିଲ୍ଲାରେ କୋଠା ନିର୍ମାଣ କାମ ତ୍ୱରାନ୍ୱିତ ହେବ । ସରକାରୀ ଉଦ୍ୟୋଗ, କମ୍ପାନୀ, ଘରୋଇ ଶିଳ୍ପ ଓ ବ୍ୟବସାୟ ପ୍ରତିଷ୍ଠାନ ଉପରେ ବାକି ପଡିଥିବା ଜଳକର ଏଣିକି ଏକକ ଭାବେ ପରିଶୋଧ କରିହେବ । ଏଥିପାଇଁ ଜଳସଂପଦ ବିଭାଗର ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି । ରାଜ୍ୟରେ ସେମିକଣ୍ଡକ୍ଚର ଓ ଇଲେକଟ୍ରୋନିକ୍ସ ଚିପ ନିର୍ମାଣ ପାଇଁ ନୂଆ ନୀତି ମଧ୍ୟ ଆସିଛି । ଯେଉଁମାନେ ଏହି କମ୍ପାନୀ ଶିଳ୍ପ ପ୍ରତିଷ୍ଠା କରିବେ ସେମାନଙ୍କୁ ନୂଆ ନୀତି ଆଧାରରେ ପ୍ରୋତ୍ସାହନ ଦିଆଯିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+