Get Updates
Get notified of breaking news, exclusive insights, and must-see stories!

‘ଲକ୍ଷ୍ନୀ' ଯୋଜନା ସମେତ 19 ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର, ଉଛେଦ ହେବ 35 ଟୋଲ୍ ଗେଟ୍

ଭୁବ‌ନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ରେ 19 ପ୍ରସ୍ତାବକୁ ମୋହର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏହି ସବୁ ପ୍ରସ୍ତାବକୁ ମିଳିଛି ଅନୁମୋଦନ । ଲୋକେସନ୍‌ ଆକ୍ସେସିବିଲିଟି ମଲ୍ଟି-ମୋଡାଲ୍‌ ଇନିସିଏଟିଭ୍‌ (ଲକ୍ଷ୍ମୀ) ଉପରେ ମୋହର ଲାଗିଛି । ଏହି ଯୋଜନାରେ ନିର୍ଭରଯୋଗ୍ୟ ଏବଂ ସୁଲଭ ସେବା ମିଳିବ ।

Naveen patnaik

ଗ୍ରାମପଞ୍ଚାୟତସ୍ତରରୁ ରାଜ୍ୟ ରାଜଧାନୀ ପର୍ଯ୍ୟନ୍ତ ଏକ ନିରବଚ୍ଛିନ୍ନ ସାର୍ବଜନୀନ ପରିବହନ ସେବା ପ୍ରଦାନ କରିବ । ଏହି ଯୋଜନା ଅଧିନରେ ମହିଳା ସଶକ୍ତୀକରଣକୁ ପ୍ରାଥମିକତା ଦିଆଯିବ । ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସକ୍ରିୟ ଭାବେ ଅଂଶଗ୍ରହଣ କରିବା ପାଇଁ ପ୍ରୋତ୍ସାହନ କରାଯିବ ଏବଂ ସେମାନଙ୍କୁ ବିଭିନ୍ନ କାର୍ଯ୍ୟ ସହିତ ରକ୍ଷଣାବେକ୍ଷଣ ସମ୍ବନ୍ଧୀୟ କାର୍ଯ୍ୟରେ ନିୟୋଜିତ କରାଯିବ । ଏଥି ସହିତ ବ୍ଲକଗୁଡ଼ିକରେ ମହିଳାମାନଙ୍କ ସୁରକ୍ଷାକୁ ସୁନିଶ୍ଚିତ କରାଯିବା କର୍ମକ୍ଷେତ୍ରରେ ବିଭିନ୍ନ ନିରାପଦ ସୁରକ୍ଷା ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ ।

ସେହିପରି ସିଲିକନ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ହେଲା ଏକକ ବିଶ୍ୱବିଦ୍ୟାଳୟ । ବ୍ରହ୍ମପୁରର NISTକୁ ଏକକ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ କରାଯାଇଛି । ସେହିପରି ଜଳସେଚନ ବିଭାଗର କ୍ଷୁଦ୍ର ଜଳସଚେନ ପ୍ରକଳ୍ପକୁ ଅନୁମୋଦନ ମିଳିଛି ।

ଅନେକ ଚାକିରି ସର୍ତ୍ତାବଳୀକୁ ଅନୁମୋଦନ କରିଛି କ୍ୟାବିନେଟ । ଜମି କିସମ ପରିବର୍ତ୍ତନ ଆଇନରେ ହେବ ସଂଶୋଧନ । ରାଜସ୍ୱ ବିଭାଗର ଏହି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ମାରିଛି । ସେହିପରି MIP ଓ ଟ୍ୟାଙ୍କର ଉନ୍ନତିକରଣ ପାଇଁ ନୂଆ ଯୋଜନା ହୋଇଛି । ଓଡ଼ିଶା GSTରେ ହେବ ସଂଶୋଧନ । ଯୋଗାଣ ନିରୀକ୍ଷକ ନିଯୁକ୍ତି ଓ ସର୍ତ୍ତାବଳୀରେ ସଂଶୋଧନ କରାଯିବ । ଜୁନିଅର ଷ୍ଟେନୋ, ଟାଇପିଷ୍ଟ ଓ ଡାଟାଏଣ୍ଟ୍ରି ପାଇଁ ହେବ ମିଳିତ ପରୀକ୍ଷା । ଏଥିପାଇଁ 2022 ଅଧିନିୟମରେ ହେବ ସଂଶୋଧନ ।

ଏହା ବ୍ୟତୀତ ରାଜ୍ୟ ସରକାର ଖରିଫ ଓ ରବି ଋତୁରେ ଧାନ ସଂଗ୍ରହ ପାଇଁ ନୂଆ ଖାଦ୍ୟ ଓ ସଂଗ୍ରହଣ ନୀତି 2023-24 କୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । 2023-24 ଖରିଫ ବିପଣନ ବର୍ଷରେ ମୋଟ 54 ଲକ୍ଷ ମେଟ୍ରିକ ଟନ୍ ଚାଉଳ(79ଲକ୍ଷ ମେଟ୍ରିକ ଟନ୍ ଧାନ) ସଂଗ୍ରହ କରାଯିବ । ଖରିଫ ବର୍ଷ 2022-23 ରେ ମୋଟ 79.16 ଲକ୍ଷ ମେଟ୍ରିକ ଟନ୍ ଧାନ(53.57 ଲକ୍ଷ ମେଟ୍ରିକ ଟନ୍ ଚାଉଳ) ସଂଗ୍ରହ କରାଯାଇଥିଲା ।

ସେହିପରି ରାଜ୍ୟ ପୂର୍ତ୍ତ ଓ ଆର୍‌ଡି ବିଭାଗ ଅଧୀନ ସବୁ ଟୋଲ୍‌ ଗେଟ୍‌ ଉଚ୍ଛେଦ ହେବ । ରାଜ୍ୟର ସମସ୍ତ 35 ଟି ଟୋଲ୍‌ ଗେଟ୍‌ ଉଚ୍ଛେଦକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି । କ୍ୟାବିନେଟ୍‌ ବୈଠକ ପରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଉନ୍ନୟନ କମିସନର ତଥା ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+