ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏତିକି ବର୍ଷ ପର୍ଯ୍ୟନ୍ତ କାଳିଆ ଯୋଜନା ସହାୟତା ବଢାଇଲେ ସରକାର
ଭୁବନେଶ୍ୱର:ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି , ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ୧୩ ଟି ବିଭାଗର ୧୬ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି । ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ ସହାୟତା ରାଶି ମିଳିବ ।
ଏହି ଯୋଜନା ୩ ବର୍ଷ ବଢ଼ିବା ପରେ ରାଜ୍ୟ ସରକାର ୬୦୨୯.୭୦ କୋଟି ଟଙ୍କା ଖର୍ଚ୍ଚ କରିବେ । ରାଜ୍ୟ ସରକାର କାଳିଆ ସହାୟତା ପ୍ରଦାନ କଟକଣାକୁ କୋହଳ ପାଇଁ ନିଷ୍ପତ୍ତି ନେଇଛନ୍ତି । ଏପ୍ରିଲ ୧ ଓ ସେପ୍େଟମ୍ବର ୧ ତାରିଖ ବଦଳରେ ଏଣିକି କୌଣସି ସମୟରେ ସହାୟତା ମିଳିବ । ଅର୍ଥାତ ଚାଷୀମାନଙ୍କ ଆବଶ୍ୟକତା ଦେଖି ରାଜ୍ୟ ସରକାର ସହାୟତା ରାଶି ପ୍ରଦାନ କରିବେ ।

ଗ୍ରାମ ପଞ୍ଚାୟତ ଠଖଡ ଙ୍କ ହେବ ପଦଦୋନ୍ନତି । ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ୩ ଭାଗରେ ବିଭକ୍ତ ହେବେ । ଏଣିକି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମିଳିବ ପଦୋନ୍ନତି । ଚାକିରି ପାଇଁ ଶିକ୍ଷାଗତ ଯୋଗ୍ୟତା +୩କୁ ବୃଦ୍ଧି କରାଯାଇଛି । ୫ ବର୍ଷ ଓ ୮ ବର୍ଷ ପରେ ପଦୋନ୍ନତି ପାଇଁ ଯୋଗ୍ୟ ବିବେଚିତ ହେବେ । ନୂଆ ଓ' ଯୋଜନା ପାଇଁ ୩୧୫ କୋଟିର ପାଣ୍ଠିକୁ କ୍ୟାବିନେଟ ମୋହର ବାଜିଛି ।
ସେହିପରି ରାଜ୍ୟ ସରକାର ୨୦୧୪ର ଅନୁଦାନପ୍ରାପ୍ତ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢ଼ାଇବା ନେଇ ନିଷ୍ପତ୍ତି ନେଇଛନ୍ତି । ସଂପୃକ୍ତ କଲେଜ, ଜୁନିଅର କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବଢ଼ିବ । ମୋଟ୧୭୮୯ ଜଣ ଶିକ୍ଷକ ଓ କର୍ମଚାରୀଙ୍କ ୭ମ ବେତନ କମିସନ ହାରରେ ଦରମା ବଢ଼ିବ । ବର୍ଦ୍ଧିତ ଦରମା ପାଇଁ ୨୭.୩୭ କୋଟି ଟଙ୍କା ଖର୍ଚ୍ଚ ହେବ ।












Click it and Unblock the Notifications