ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ, ୧୨ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ସନ୍ଧ୍ୟା ୫ଟା ୩୦ ମିନିଟରେ ମନ୍ତ୍ରୀ ପରିଷଦ ଓ ସନ୍ଧ୍ୟା ୫ଟା ୪୫ମିନିଟ୍ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ ।
ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ସନ୍ଧ୍ୟା ୫ଟା ୩୦ ମିନିଟରେ ମନ୍ତ୍ରୀ ପରିଷଦ ଓ ସନ୍ଧ୍ୟା ୫ଟା ୪୫ମିନିଟ୍ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ । ଚଳିତ ମାସ ୨୪ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ପୂର୍ବରୁ ଆଜିର ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ ବେଶ୍ ଗୁରୁତ୍ଵପୂର୍ଣ୍ଣ ମନେ କରାଯାଉଛି ।

ସୂଚନା ମୁତାବକ ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ। ତେବେ କ୍ୟାବିନେଟ ବୈଠକ ପୂର୍ବରୁ ମନ୍ତ୍ରୀ ପରିଷଦ ବୈଠକ ବସିବ। ମନ୍ତ୍ରୀ ପରିଷଦ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ।
ରାଜ୍ୟ ସରକାର ଆଣିବାକୁ ଥିବା ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ବିଧେୟକକୁ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ କରାଯିବ। ମନ୍ତ୍ରୀ ପରିଷଦ ବୈଠକ ପରେ ହେବାକୁ ଥିବା କ୍ୟାବିନେଟ ବୈଠକରେ ୯ରୁ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିବ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, କ୍ରୀଡ଼ା ଓ ଯୁବ ସେବା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା , ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଅର୍ଥ ଏବଂ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହେବ ।












Click it and Unblock the Notifications