ମନ୍ତ୍ରୀମଣ୍ଡଳ ପୁନର୍ଗଠନ: ଶପଥ ନେଲେ ତିନି ନୂଆ ମନ୍ତ୍ରୀ
ଭୁବନେଶ୍ବର: ଶପଥ ନେଲେ ତିନି ନୂଆ ମନ୍ତ୍ରୀ । ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟି ଶେଷରେ ରାଜ୍ୟ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଛନ୍ତି ତିନି ନୂଆ ମନ୍ତ୍ରୀ ।
ଆଜି ଲୋକସେବା ଭବନର କନଭେନସନ ସେଣ୍ଟରରେ ସକାଳ ୯ଟା ୫୦ ରେ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଏବଂ ସୁଦାମ ମାରାଣ୍ଡି । ରାଜ୍ୟପାଳ ପ୍ରଫେସର ଗଣେଶୀ ତିନି ନୂଆ ମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ସମୟରେ ଉପସ୍ଥିତ ରହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଅନ୍ୟ ସମସ୍ତ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ ।

ଏହି ତିନି ଜଣଙ୍କ ନାମରେ ଗତକାଲି ମୋହର ବାଜିଥିଲା । ଗତକାଲି (ରବିବାର) ଅପରାହ୍ନରେ ନବୀସ ନିବାସରୁ ଏହି ତିନି ବିଧାୟକଙ୍କୁ ଫୋନ କଲ ଯାଇଥିଲା । ତେବେ କାହାକୁ କେଉଁମନ୍ତ୍ରୀ ପଦ ମିଳିବ, ସେନେଇ ଏଯାଏଁ ସ୍ପଷ୍ଟ ହୋଇନାହିଁ ।
ଗତ ୧୨ ତାରିଖ ନବୀନଙ୍କ ମନ୍ତ୍ରୀମଣ୍ଡଳରୁ ଦୁଇ ମନ୍ତ୍ରୀ ସମୀର ଦାସ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ । ସେହିପରି ବାଚସ୍ପତି ପଦରୁ ମଧ୍ୟ ବିକ୍ରମ କେଶରୀ ଆରୁଖ ଇସ୍ତଫା ଦେଇଥିଲେ। ଅନ୍ୟପଟେ ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ଘଟିଥିଲା । ତେଣୁ ଏବେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ମଣ୍ଡଳରେ ୩ଟି ସ୍ଥାନ ଖାଲି ରହିଛି । ଖାଲି ରହିଥିବା ସ୍ବାସ୍ଥ୍ୟ, ଗଣଶିକ୍ଷା ଓ ଶ୍ରମ ବିଭାଗ ଭଳି ତିନି ବିଭାଗକୁ ତିନି ମନ୍ତ୍ରୀଙ୍କ ମଧ୍ୟରେ ବଣ୍ଟା ଯିବ ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରୁ ଲଗାତର ୬ ଥର ଜିତିଥିବା ବିକ୍ରମ କେଶରୀ ଆରୁଖ ୨୦୦୯ ମସିହାରୁ କ୍ରମାଗତ ଭାବେ ମନ୍ତ୍ରୀ ହୋଇ ଆସୁଥିଲେ। ଗତ ବର୍ଷ ଜୁନ୍ ମାସରେ ମନ୍ତ୍ରିମଣ୍ଡଳର ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ । ତାଙ୍କୁ ବାଚସ୍ପତି କରାଯାଇଥିଲା । ବାଚସ୍ପତି ପଦବିରେ ଗୋଟିଏ ବର୍ଷ ନ ପୂରୁଣୁ ଗତ ୧୨ ତାରିଖରେ ସେ ଇସ୍ତଫା ଦେଇଥିଲେ ।

ସେହିପରି ମୟୂରଭଞ୍ଜ ଜିଲ୍ଲା ରାଜନୀତିରେ ସୁଦାମ ମାର୍ଣ୍ଡିଙ୍କ ଦବ୍ଦବା ଜୋର୍ ରହିଛି । ଜେଏମଏମରୁ କ୍ୟାରିୟର ଆରମ୍ଭ କରି ଦୁଇ ଥର ବିଧାନସଭା ଓ ଥରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ପରେ ବିଜେଡିରେ ଯୋଗ ଦେଇ ୨୦୧୪ ଓ ୨୦୧୯ରେ ଦୁଇ ଥର ବିଜେଡି ପ୍ରାର୍ଥୀ ଭାବେ ବାଙ୍ଗିରୀପୋଷିରୁ ନିର୍ବାଚିତ ହୋଇ ଆସୁଛନ୍ ତି। ୨୦୧୪ରୁ ୨୦୧୭ ପର୍ଯ୍ୟନ୍ତ ସେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଥିଲେ । ୨୦୧୯ରେ କ୍ୟାବିନେଟ୍ ମନ୍ତ୍ରୀ ହୋଇ ରାଜସ୍ବ ବିଭାଗ ପାଇଥିଲେ । ଗତବର୍ଷ ମନ୍ତ୍ରୀମଣ୍ଡଳ ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ । କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଛନ୍ତି ।

ଅନ୍ୟପଟେ ରାଉରକେଲା ବିଧାୟକ ଶାରଦା ନାୟକ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ୨୦୦୯ରୁ ୨୦୧୨ ଯାଏ ସେ ରାଷ୍ଟ୍ର ମନ୍ତ୍ରୀ ଥିଲେ । ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ବିଜେଡି ସଂଗଠନକୁ ଅଧିକ ସକ୍ରିୟ କରିବା ପାଇଁ ବରିଷ୍ଠ ବିଧାୟକ ଶ୍ରୀ ନାୟକଙ୍କ ଉପରେ ମୁଖ୍ୟମନ୍ତ୍ରୀ ଭରସା ସ୍ଥାପନ କରିଛନ୍ତି । ସୁନ୍ଦରଗଡ଼ର ୭ଟି ବିଧାନସଭା ଆସନ ମଧ୍ୟରୁ ବିଜେପିର ୩ଟି, ବିଜେଡିର ୨ଟି ଏବଂ କଂଗ୍ରେସ ଓ ସିପିଆଇ (ଏମ୍) ଦଖଲରେ ଗୋଟିଏ ଲେଖାଏ ଆସନ ରହିଛି ।

ଏଠାରେ କହିରଖୁ କି, ଗତକାଲି ହରିୟାଣା ଗସ୍ତ ସାରି ଓଡିଶା ଫେରିଥିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ରାଜ୍ୟପାଳ ଛୁଟିରେ ଥିବାରୁ ମନ୍ତ୍ରୀମଣ୍ଡଳ ପୁର୍ନଗଠନରେ ବିଳମ୍ୱ ହୋଇଥିଲା । ଆଗାମୀ ବର୍ଷର ବିଧାନସଭା ନିର୍ବାଚନ ପୂର୍ବରୁ ଏହା ଶେଷ ମନ୍ତ୍ରିମଣ୍ଡଳ ପୁର୍ନଗଠନ ବୋଲି କୁହାଯାଉଛି ।
ସୂଚନାଥାଉ କି, ଗତବର୍ଷ ଜୁନ ମାସ ଶେଷ ଥର ପାଇଁ ନବୀନ ତାଙ୍କର ମନ୍ତ୍ରିମଣ୍ଡଳରେ ଏକ ବଡ଼ ଧରଣର ଅଦଳବଦଳ କରିଥିଲେ । ସେ ସମୟରେ ନବୀନଙ୍କ କ୍ୟାବିନେଟରେ ୨୧ ଜଣ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications