‘ହର୍ ଘର୍ ତିରଙ୍ଗା ଅଭିଯାନ'ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ 'ହର୍ ଘର୍ ତିରଙ୍ଗା ଅଭିଯାନ' କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ୱାରା ଆହ୍ୱାନ କରାଯାଇଥିବା ଏହି ଅଭିଯାନରେ ଦେଶର କୋଣ ଅନୁକୋଣରୁ ପ୍ରତ୍ୟେକ ଭାରତୀୟ ସାମିଲ ହୋଇଛନ୍ତି।

ଏହି କ୍ରମରେ, ଆଜି ଲୋକସେବା ଭବନଠାରେ 'ହର୍ ଘର୍ ତିରଙ୍ଗା ଅଭିଯାନ'ର କାନ୍‌ଭାସ୍‌ରେ 'ଜୟ ହିନ୍ଦ୍' ନାରା ସହ ମୁଖ୍ୟମନ୍ତ୍ରୀ ଦସ୍ତଖତ କରିଥିଲେ। ଏହା ସହିତ ଜାତୀୟ ପତାକାକୁ ଲହରାଇ ସମ୍ମାନ ପ୍ରଦର୍ଶନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଜାତୀୟ ପତାକା ଆମ ପାଇଁ ବହୁ ସମ୍ମାନ ଓ ଗୌରବର ବିଷୟ। ପ୍ରତ୍ୟେକ ଦେଶବାସୀଙ୍କୁ ଜାତୀୟ ପତାକାର ମହତ୍ୱ ବିଷୟରେ ସଚେତନ କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ, ଏହି ଅଭିଯାନରେ ପ୍ରତ୍ୟେକ ଓଡିଶାବାସୀ ଆଗଭର ହୋଇ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ।

mohan charan majhi

ଏହା ସହିତ, କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଯୋଗ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+