Mohan Majhi: ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି:
ଆଜି (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ପରବର୍ତ୍ତୀ ସମୟରେ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ସୂଚିତ କରାଯିବ ବୋଲି ସୂଚନା ମିଳିଛ ।
ସୂଚନା ଅନୁସାରେ, ଏହା ପୂର୍ବରୁ ଗତ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିଲା । ତା' ପୂର୍ବରୁ ଗତ ମାସ ୨୨ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା ।

ସୂଚନା ଯୋଗ୍ୟ ଯେ, ଜୁଲାଇ ପହିଲାରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଜୁଲାଇ ୧ ତାରିଖ ଦିନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ଅଭିଯୋଗ ଶୁଣିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।












Click it and Unblock the Notifications