Get Updates
Get notified of breaking news, exclusive insights, and must-see stories!

ଆଜିଠୁ ବିଭାଗୀୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ପ୍ରଥମ ଦିନରେ ଖାଦ୍ୟ ଯୋଗାଣ-ସମବାୟ ଓ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର: ଆଜିଠୁ ବିଭାଗୀୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଜୁନ୍ ୧ ତାରିଖ ଯାଏ ଚାଲିବ ଏହି ସମୀକ୍ଷା କାର୍ଯ୍ୟକ୍ରମ । ପ୍ରଥମ ଦିନରେ ଖାଦ୍ୟ ଯୋଗାଣ ଓ ସମବାୟ, ସ୍ବାସ୍ଥ୍ୟ ବିଭାଗ ନିଜର ରିପୋର୍ଟ କାର୍ଡ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରିବେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭାଗୀୟ ସମୀକ୍ଷା କରିବେ ବୋଲି ଗତମାସରେ ମନ୍ତ୍ରୀମାନଙ୍କୁ ଚିଠି ଲେଖି ଅବଗତ କରାଇଥିଲେ । ବିଗତ ୪ ବର୍ଷରେ ରାଜ୍ୟ ସରକାର ଲୋକଙ୍କ ପାଇଁ କରିଥିବା ଜନ କଲ୍ୟାଣକାରୀ ଯୋଜନା କେତେ କାର୍ଯ୍ୟକାରୀ ହୋଇଛି, ତାର ହିସାବ ନେବେ ନବୀନ । ପ୍ରଥମ ଦିନରେ ଖାଦ୍ୟ ଯୋଗାଣ ଓ ସମବାୟ, ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

Odisha Chief Minister

ଏହାପରେ ଗୀତ ଗୋବିନ୍ଦ ସଦନରେ ବିଭାଗୀୟ ମନ୍ତ୍ରୀ ବୈଠକ ସମ୍ପର୍କରେ ସୂଚନା ଦେବେ । ବୈଠକରେ ମନ୍ତ୍ରୀ ମାନେ ନିଜ ବିଭାଗର ସର୍ବନିମ୍ନ 5T ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ । 5T ଓ ମୋ ସରକାର କାର୍ଯ୍ୟକ୍ରମରେ ଅନ୍ତର୍ଗତ ବିଭାଗ ନେଇଥିବା ପଦକ୍ଷେପ ସମ୍ପର୍କରେ ବିଭାଗୀୟ ମନ୍ତ୍ରୀ ନବୀନଙ୍କୁ ଜଣାଇବେ । ଆସନ୍ତା ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ ହେବାକୁ ଯାଉଛି । ତା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଏପରି ସମୀକ୍ଷା ବିଭଗୀୟ ମନ୍ତ୍ରୀଙ୍କ ନିଦ ହଜାଇ ଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+