ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ
Odisha Chief minister visits Delhi:ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେଉଥିବା ସ୍ୱାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ୍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଯୋଗଦେବେ । ସେହିପରି ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗ ବୈଠକ ବସିବାକୁ ଯାଉଛି ।

ଆସନ୍ତାକାଲି ବସିବାବାକୁ ଯାଉଥିବା ନୀତି ଆୟୋଗ ବୈଠକରେ ଯୋଗ ଦେଇ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ ନବୀନ ପଟ୍ଟନାୟକ ।ବିଶେଷକରି ଓଡ଼ିଶାକୁ ସ୍ପେଶାଲ ଫୋକସ ଷ୍ଟେଟ ମାନ୍ୟତା ଦାବି ଉଠାଇବେ ମୁଖ୍ୟମନ୍ତ୍ରୀ । ଏହା ସହ କେନ୍ଦ୍ର ବକେୟା ଅର୍ଥ ଦେବାକୁ ଦାବି ଦୋହରାଇବେ । ସେହିପରି କୋଇଲା ରୟାଲଟି, ଦୁର୍ଗମ ଅଞ୍ଚଳରେ ମୋବାଇଲ ଟାଓ୍ୱାର ସ୍ଥାପନ ଓ ଗ୍ରାମାଞ୍ଚଳରେ ବ୍ୟାଙ୍କ ଶାଖା ଖୋଲିବା ପାଇଁ ମଧ୍ୟ ଦାବି ରଖିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୮ ତାରିଖରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ।












Click it and Unblock the Notifications