ବର୍ଷ ଶେଷ ଦିନ ଅବସର ନେବେ ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ
ଚାକିରିରୁ ଅବସର ନେବେ ବରିଷ୍ଠ ପ୍ରଶାସନିକ ସେବା ଅଧିକାରୀ ତଥା ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଆସନ୍ତା ଡିସେମ୍ୱର ୩୧ ତାରିଖରେ ତାଙ୍କ କାର୍ଯ୍ୟକାଳ ସରୁଛି।
ଭୁବନେଶ୍ୱର: ଚାକିରିରୁ ଅବସର ନେବେ ବରିଷ୍ଠ ପ୍ରଶାସନିକ ସେବା ଅଧିକାରୀ ତଥା ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଆସନ୍ତା ଡିସେମ୍ୱର ୩୧ ତାରିଖରେ ତାଙ୍କ କାର୍ଯ୍ୟକାଳ ସରୁଛି। ତାଙ୍କ ସ୍ଥାନରେ ତାଙ୍କ ବ୍ୟାଚର ଆଇଏଏସ୍ ତଥା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ସଚିବ ହେବା ଏକପ୍ରକାର ନିଶ୍ଚିତ।

ସଧାରଣ ପ୍ରଶାସନ ବିଭାଗରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ଯେଉଁଥିରେ ତାଙ୍କୁ ଅବସର ନେବା ପାଇଁ ଅନୁମତି ମିଳିଥିବା ଉଲ୍ଲେଖ ରହିଛି । ଶ୍ରୀ ତ୍ରିପାଠୀ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ତୁଲାଉଛନ୍ତି ।

୧୯୮୬ ବ୍ୟାଚର ଆଇଏଏସ୍ ଶ୍ରୀ ତ୍ରିପାଠୀ ୨୦୧୯ ମସିହା ଅଗଷ୍ଟ ୧୫ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।












Click it and Unblock the Notifications