ବିଦ୍ୟୁତ କାଟ ନକରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ପ୍ରବଳ ତାତି ଓ ବୋର୍ଡ ପରୀକ୍ଷାକୁ ଦୃଷ୍ଟିରେ ରଖି ବିଦ୍ୟୁତ କାଟ୍ ନକରିବା ପାଇଁ ବିତରଣ କମ୍ପାନିଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।
ଭୁବନେଶ୍ୱର: ପ୍ରବଳ ତାତି ଓ ବୋର୍ଡ ପରୀକ୍ଷାକୁ ଦୃଷ୍ଟିରେ ରଖି ବିଦ୍ୟୁତ କାଟ୍ ନକରିବା ପାଇଁ ବିତରଣ କମ୍ପାନିଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସେ କହିଛନ୍ତି ଯେ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ଜାରି ରଖ ଏବଂ ମୁଖ୍ୟତଃ ଦିନ ବେଳା ବିଦ୍ୟୁତ୍ କାଟ୍ କର ନାହିଁ ।

ରାଜ୍ୟରେ ପ୍ରଚଣ୍ଡ ଗ୍ରାଷ୍ମ ପ୍ରବାହ ଯୋଗୁଁ ବିଦ୍ୟୁତ୍ ଚାହିଦା ବଢୁଛି । ପିକ୍ ସମୟରେ ୧୦ ପ୍ରତିଶତ ଅଧିକ ବିଦ୍ୟୁତ ଆବଶ୍ୟକତା ରହୁଛି । ବର୍ତ୍ତମାନ ରାଜ୍ୟରେ ଯାହା ବିଦ୍ୟୁତ୍ ସମସ୍ୟା ରହିଛି ତାହା ସାମୟିକ ସମସ୍ୟା । ମେ' ପ୍ରଥମ ସପ୍ତାହ ସୁଦ୍ଧା ସମସ୍ୟାର ସମାଧାନ ହୋଇଯିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । । ଦିନ ସମୟରେ ବିଜୁଳି ଯୋଗାଣରେ ଯେପରି କୌଣସି ଅସୁବିଧା ନହେବ ସେନେଇ ଡ଼ିସକମ୍ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଏନେଇ ଆଜି ଏକ ଉଚ୍ଚସ୍ତରୀୟ ଅଧିକାରୀଙ୍କୁ ନେଇ ଆୟୋଜିତ ହୋଇଥିଲା ବୈଠକ । ବୈଠକ ପରେ ସବୁ ସହରାଞ୍ଚଳ ଓ ଗ୍ରାମାଞ୍ଚଳକୁ ବିଦ୍ୟୁତ୍ ଯୋଗାଣ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଖରା ତାତି ବୃଦ୍ଧି ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ବିଦ୍ୟୁତ୍ ବିତରଣ କମ୍ପାନୀଗୁଡ଼ିକୁ ମୁଖ୍ୟ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ସବୁ ବିଦ୍ୟୁତ୍ ଉତ୍ପାଦନକାରୀ ସଂସ୍ଥାକୁ କୋଇଲା ଯୋଗାଇବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି।

ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ଭିସିରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରୁଥିବା ବେଳେ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଥିଲେ। ଗ୍ରୀଡକୋ, ଓପିଟିସିଏଲ୍, ଓଏଚପିସି, ଓପିଜିସି, ବିଦ୍ୟୁତ ଉତ୍ପାଦନ କମ୍ପାନୀ ସମେତ ଡିସକମ ମାନେ ସାମିଲ ହୋଇଥିଲେ ।
ରାଜ୍ୟରେ ଏବେ ସମୁଦାୟ ପ୍ରାୟ ୪ ଭାଗରୁ ଭାଗେ ଜଳ ବିଦ୍ୟୁତ୍ ଉତ୍ପାଦନ ହୋଇପାରୁଛି। ରାଜ୍ୟରେ ମୋଟ ଜଳ ବିଦ୍ୟୁତ୍ ଉତ୍ପାଦନ କ୍ଷମତା ୨ ହଜାର ୯୯ ମେଗାଓ୍ୱାଟ୍ ଥିବାବେଳେ ୭ଟି ଜଳ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ରରୁ ଏବେ ମାତ୍ର ୫ ଶହ ୫୬ ମେଗାଓ୍ୱାଟ୍ ଉତ୍ପାତିତ ହେଉଛି ।

ତେବେ ପିକ୍ ଆଓ୍ୱାରରେ ରାଜ୍ୟରେ ବିଦ୍ୟୁତ୍ ଚାହିଦା ପୂର୍ବ ତୁଳନାରେ ୧୦% ବୃଦ୍ଧି ପାଇଛି । ସନ୍ଧ୍ୟା ୭ଟାରୁ ରାତି ୧୧ଟା ମଧ୍ୟରେ ବିଦ୍ୟୁତ୍ ଚାହିଦା ୫ ହଜାର ୨ଶହ ମେଗାଓ୍ୱାଟରୁ ୫ ହଜାର ୪ଶହ ମଧ୍ୟରେ ରହୁଛି । ତେବେ ରାଜ୍ୟର ବିଦ୍ୟୁତ୍ ଉତ୍ପାଦନ କ୍ଷମତା ୪ ହଜାର ୮ଶହ ମେଗାଓ୍ୱାଟ ରହିଛି । ବିଦ୍ୟୁତ୍ ଉତ୍ପାଦନ କମ ରହୁଥିବାରୁ ଏଭଳି ସ୍ଥିତି ଦେଖାଦେଇଛି । ତେଣୁ ଏହାର ସମାଧାନ ନିମନ୍ତେ ତ୍ୱରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ











Click it and Unblock the Notifications