ଆଜି ଅବସର ଗ୍ରହଣ କରିବେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ଅବସର ନେବେ। ତାଙ୍କ ପାଇଁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ପତ୍ନୀ ତଥା ଅବସରପ୍ରାପ୍ର ପ୍ରାଶାସନିକ ଅଧିକାରୀ ଆରତୀ ଆହୁଜା ମଧ୍ୟ ଉପସ୍ଥିତ ଥିଲେ। ଉଭୟ ସେମାନଙ୍କର ପ୍ରଶାସନିକ କ୍ୟାରିୟର ଭିତରେ ଓଡ଼ିଶାକୁ ଗଭୀର ଭାବେ ଭଲ ପାଇବା ସଂପର୍କରେ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ପରାମର୍ଶ ଦେଇଥିଲେ। ଓଡ଼ିଶାର ବିକାଶ ଓ ଭବିଷ୍ୟତ ପାଇଁ ସେ ସକରାତ୍ମକ ଅଭିବ୍ୟକ୍ତି ଓ ଦୃଢୋକ୍ତି ପ୍ରକାଶ କରିଥିଲେ ।













Click it and Unblock the Notifications