ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ବିଜ୍ଞପ୍ତି; ସାମିଲ ହେଲା OAS, ORS

ନିକଟରେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ଏଥିରେ ଓଏଏସ୍‌, ଓଆର୍‌ଏସ୍‌ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନ ଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ ହୋଇଥିଲା।

mohan majhi

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ଜାଣିବା ପରେ ଏଥିରେ ତୁରନ୍ତ ହସ୍ତକ୍ଷେପ କରି ଏହି ସବୁ ପଦବୀ ସମ୍ପର୍କରେ ସମୀକ୍ଷା କରି ଖାଲି ପଦବୀ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହା ଫଳରେ ଓଡ଼ିଶା ପ୍ରଶାସନିକ ସେବା (OAS) ରେ ୧୪ଟି, ଓଡିଶା ରାଜସ୍ବ ସେବା (ORS)ରେ ୧୧୩ଟି, ଓଡ଼ିଶା ପରିବହନ ସେବା (OTS)ରେ ୧୬ଟି ଓ ଓଡିଶା ମଙ୍ଗଳ ସେବା (OWS)ରେ ୮ଟି ପଦବୀ ପୂରଣ ପାଇଁ ଓଡ଼ିଶା ଲୋକସେବା ଆୟୋଗକୁ ଅନୁରୋଧ କରାଯାଇଛି। ସମୁଦାୟ ୧୫୧ଟି ଅଧିକ ପଦବୀ ପାଇଁ ଅନୁରୋଧ କରାଯାଇଛି।

ଏହାଦ୍ବାରା ଏହିସବୁ ପଦବୀ ପାଇଁ ଆଶାୟୀ ଥିବା ଅନେକ ଯୁବତୀ ଯୁବକ ପରୀକ୍ଷା ଦେଇ ନିଜ ଯୋଗ୍ୟତା ବଳରେ ସଫଳତା ହାସଲ କରି ପାରିବେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ନିଯୁକ୍ତି କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ୱ ଆରୋପ କରୁଛନ୍ତି ଏବଂ ଗତ ୧୮ ମାସରେ ପ୍ରାୟ ୪୦ ହଜାର ସରକାରୀ ପଦବୀ ପୂରଣ ହୋଇସାରିଛି।

ବର୍ତ୍ତମାନ ମଧ୍ୟ ବିଭିନ୍ନ ଆୟୋଗ ଦ୍ବାରା ଯେଉଁ ପରୀକ୍ଷା କରାଯିବ, ବିଜ୍ଞପ୍ତି ପ୍ରକାଶ ପର୍ଯ୍ୟନ୍ତ ଯେତେ ପଦବୀ ଖାଲିଥିବ ସବୁ ପୂରଣ କରିବା ପାଇଁ ଆୟୋଗଗୁଡ଼ିକୁ ସୁପାରିସ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+