ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ମୃତ୍ୟୁ ଓ ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ୨ ଲକ୍ଷ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତେ ଏଥିରେ ଅନ୍ତର୍ଭୁକ୍ତ ହେବେ । ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ଯ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ।

ସେହିଭଳି ଉଭୟ ଆଖି, ହାତ କିମ୍ବା ଗୋଡ଼ ନଷ୍ଟ ହେଲେ ସମ୍ପୃକ୍ତ ପଞ୍ଚାୟତ ପ୍ରତିନିଧିଙ୍କୁ ୨ ଲକ୍ଷ ଟଙ୍କା ଏବଂ ଯଦି ଗୋଟିଏ ଆଖି କିମ୍ବା ଗୋଟିଏ ହାତ କିମ୍ବା ଗୋଡ ନଷ୍ଟ ହୁଏ ତେବେ ତାଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ । ସାମ୍ବିଧାନିକ ବ୍ୟବସ୍ଥାରେ ପଞ୍ଚାୟତ ପ୍ରତିନିଧି ମାନେ ହେଉଛନ୍ତି ତୃଣମୂଳ ସ୍ତରରେ ନିର୍ବାଚିତ ପ୍ରତିନିଧି ।

Odisha CM

ସେମାନେ ସିଧାସଳଖ ଲୋକଙ୍କ ସହ ଯୋଡିହୋଇ ରହିଥାନ୍ତି । ଲୋକଙ୍କ ସୁବିଧା ଅସୁବିଧାରେ ସେମାନଙ୍କୁ ସହାୟତା କରନ୍ତି । ଗ୍ରାମାଞ୍ଚଳ ବିକାଶରେ ସେମାନଙ୍କର ମହତ୍ୱପୂର୍ଣ୍ଣ ଅବଦାନ ରହିଥାଏ । କିନ୍ତୁ, ସେମାନଙ୍କ କ୍ଷେତ୍ରରେ କୌଣସି ଦୁର୍ଘଟଣା ଘଟିଲେ ସେମାନେ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶି ପ୍ରଦାନ ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+