ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟର ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ଏହି ପ୍ୟାକେଜରେ କଂକ୍ରିଟ ହୋଇନଥିବା ୧୫,୦୦୦ ଲୁମ୍ ପିଟ୍‌ ବା ହସ୍ତତନ୍ତ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ । ପ୍ରତି ଲୁମ୍‌ ପିଟ୍ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ । ରାଜ୍ୟର ୩୧,୩୪୨ଟି ଲୁମ୍ ପିଟ୍ ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି ଲୁମ୍ ପିଟ୍‌କୁ କଂକ୍ରିଟ କରାଯାଇଛି ।

naveen patnaik

ଏହି ଅବସରର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି । ବୁଣାକାରମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି । କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାରମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି ।

କଂକ୍ରିଟ କରାଯିବ ୧୫ହଜାର ହସ୍ତତନ୍ତ

ଏହି ପ୍ୟାକେଜରେ କଂକ୍ରିଟ ହୋଇନଥିବା ୧୫,୦୦୦ ଲୁମ୍ ପିଟ୍‌ ବା ହସ୍ତତନ୍ତ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ । ପ୍ରତି ଲୁମ୍‌ ପିଟ୍ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ । ସୂଚନାଯୋଗ୍ୟ ଯେ ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ ହାଉସ୍-କମ୍-ସେଡ୍ ଯୋଗାଇ ଦିଆଯିବ । କାରଣ ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି ।

ଏ ପର୍ଯ୍ୟନ୍ତ ୧୧୬୯୫ଟି ଏହି ଭଳି ସେଡ୍ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି । ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା । ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନାରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ । ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି । ପଞ୍ଚାୟତିରାଜ ବିଭାଗର ନିର୍ଦ୍ଦେଶାବଳୀ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ ।

ଏହି ପ୍ୟାକେଜରେ ବୁଣାକାରମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା' ଉପରେ ଗୁରୁତ୍ୱ ଦିଆଯାଇଛି । ବୁଣାକାରମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୁଣାକାରମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା ସିଏଫ୍‌ସି, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+