୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଏ.ଜି ଛକରେ ଥିବା ଓଡିଶା ରାଜ୍ୟ ସଡକ ପରିବନ ନିଗମର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କରିଛନ୍ତି । ଯାତ୍ରୀମାନଙ୍କୁ ଆରାମଦାୟକ ଅନୁଭୂତି ପ୍ରଦାନ କରିବା ପାଇଁ ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସଂଯୁକ୍ତ କରାଯାଇଛି।

cm naveen patnaik osrtc

ସୁରକ୍ଷା ପାଇଁ ସି.ସି ଟିଭି କ୍ୟାମେରା, ଆରାମଦାୟକ ସିଟ୍, ଆପାତ୍ତକାଳୀନ ବଟନ୍, ଟ୍ରାକିଂ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ବସ୍‌ ମଧ୍ୟରେ ଯାତ୍ରୀମାନଙ୍କୁ ବିଭିନ୍ନ ସୂଚନା ପ୍ରଦାନ ନିମନ୍ତେ system ITMS ଭଳି ବିଭିନ୍ନ ବୈଷୟିକ ଜ୍ଞାନକୌଶଳଯୁକ୍ତ ସୁବିଧା ରହିଛି । ଏହି ବସ୍‌ ଗୁଡିକ ଆନ୍ତଃରାଜ୍ୟ ବସ୍‌ ପରିବହନରେ ମଧ୍ୟ ନିୟୋଜିତ ହେବ। ସୂଚନାଯୋଗ୍ୟ ଯେ ନିଗମ ପକ୍ଷରୁ ଚଳାଚଳ କରିବାକୁ ଥିବା ୧୮୦ଟି ନୂଆ ବସ୍‌ ମଧ୍ୟରୁ ଆଜି ୧୧୦ଟିର ଶୁଭାରମ୍ଭ ହୋଇଥିବା ବେଳେ, ଆଉ ୭୦ଟି ବସ୍‌ ଖୁବଶୀଘ୍ର ଚଳାଚଳ କରିବ । ବର୍ତ୍ତମାନ ଓ.ଏସ୍.ଆଇ.ଟି.ସି ପକ୍ଷରୁ ୨୮ଟି ଜିଲ୍ଲାରେ ତଥା ୪୩ଟି ଆନ୍ତଃରାଜ୍ୟ ମାର୍ଗରେ ୩୯୮ଟି ବସ୍‌ ଆନ୍ଧ୍ରପ୍ରଦେଶ, ପଶ୍ଚିମବଂଗ, ଝାରଖଣ୍ଡ ଓ ଛତିଶଗଡକୁ ସଂଯୋଗ କରୁଛି । ଆଜି ଯାତ୍ରା ଆରମ୍ଭ କରିଥିବା ୧୧୦ଟି ବସ୍‌ ଗୁଡିକ ଭଲ୍‌ବୋ, AC Uttra Delux, Non-AC Delux ତଥା Non-AC High Comfort bus ଅନ୍ତର୍ଭୁକ୍ତ ଅଟେ ।

OSRTC NEW BUS

ପଟିଆ ଓ ଭଗବାନପୁର ଠାରେ ମୋ ବସ୍‌ର ଦୁଇଟି ଡିପୋ ଉଦ୍‌ଘାଟିତ

ମୁଖ୍ୟମନ୍ତ୍ରୀ ପଟିଆ ଯାଇ ପଟିଆ ଓ ଭଗବାନପୁର ଠାରେ ମୋ ବସ୍‌ର ଦୁଇଟି ଡିପୋ ଉଦ୍‌ଘାଟନ କରିଥିଲେ । ଏହି ଅତ୍ୟାଧୁନିକ ଡିପୋ ଦୁଇଟିରେ ମେସିନ୍‌ ଜରିଆରେ ବସ୍ ପରିଷ୍କାର କରିବା ସହିତ ବସ୍ ଗୁଡିକରେ ତେଲ ପକାଇବାର ସୁବିଧା ମଧ୍ୟ କରାଯାଇଛି।

mo bus depot

ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଉଦ୍‌ଘାଟନ

ପରେ ମୁଖ୍ୟମନ୍ତ୍ରୀ ପୋଖରୀପୁଟ ଠାରେ ରାଜ୍ୟ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ନବନିର୍ମିତ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଉଦ୍‌ଘାଟନ କରିଥିଲେ । ୧୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରତିଷ୍ଠାନରେ ସମସ୍ତ ପ୍ରକାର ଅକ୍ଷମତାର ପରୀକ୍ଷା, ଚିକିତ୍ସା, ଗତିଶୀଳତାର ତାଲିମ, ପ୍ରାକ୍‌ ବିଦ୍ୟାଳୟ ଶିକ୍ଷା, ଚିତ୍ରକଳା, ନୃତ୍ୟଗୀତ ତାଲିମ ତଥା ବୃତ୍ତିଗତ ଶିକ୍ଷା ଓ ବିଭିନ୍ନ ପ୍ରକାର ପରାମର୍ଶ ର ବନ୍ଦୋବସ୍ତ କରାଯାଇଛି ।

building of ssepd

ଏହି ପ୍ରତିଷ୍ଠାନରେ ୧୮ ବର୍ଷ ବୟସ ପର୍ଯ୍ୟନ୍ତ ୧୦୦ ଜଣ ଭିନ୍ନକ୍ଷମ ପିଲାଙ୍କର ରହଣୀର ସୁବନ୍ଦୋବସ୍ତ କରାଯାଇଛି । ଏଠାରେ ପିଲାମାନଙ୍କର ଅଭିଭାବକ ମଧ୍ୟ ପିଲାମାନଙ୍କ ସହିତ ରହି ଚିକିତ୍ସା କରାଇ ପାରିବେ । ଏହି କେନ୍ଦ୍ରରେ ଉନ୍ନତମାନର ଯନ୍ତ୍ରପାତିର ସୁବିଧା ମଧ୍ୟ କରାଯାଇଛି । ଏହିସବୁ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଷାନ୍ତ ରାଉତ, OTDCର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+