ହିଞ୍ଜିଳିର ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ ଆଜି ଦ୍ବିତୀୟ ପର୍ଯ୍ୟାୟରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ସୂଚନାଯୋଗ୍ୟ ଯେ ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦ୍ବୋଧନ ଦେଇ କହିଛନ୍ତି ଯେ ଆମର ଓଡିଶାର ପିଲାମାନେ ପ୍ରତିଭାରେ କାହା ଠାରୁ କମ୍ ନୁହନ୍ତି । ସେମାନଙ୍କ ପାଖରେ ଭରପୁର ସମ୍ଭାବନା ରହିଛି । ସୁଯୋଗ ପାଇଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ପ୍ରସଙ୍ଗରେ ହକି ଖେଳର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ହକି ଖେଳରେ ଆମର ପ୍ରଚୁର ସମ୍ଭାବନା ଥିଲା। ଯେତେବେଳେ ସେମାନଙ୍କୁ ପ୍ରୋତ୍ସାହନ ମିଳିଲା, ସେମାନେ ଦୀର୍ଘ ୪୧ ବର୍ଷ ପରେ ଅଲମ୍ପିକରେ ମେଡାଲ ଜିତି ଆମ ପାଇଁ ଗୌରବ ଆଣିଲେ। ଓଡିଶା ସରକାର ହକିକୁ sponsor କରୁଛି। ଓଡିଶାର ଦୁଇ ଜଣ ଖେଳାଳୀ ଦେଶପାଇଁ ଖେଳି ଆମର ମର୍ଯ୍ୟାଦା ବଢାଇଛନ୍ତି। ତେଣୁ ସବୁ କ୍ଷେତ୍ରରେ ସୁଯୋଗ ସୃଷ୍ଟି କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଥିଲେ। ା
ଆଜି ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଉଛି:
(୧) ବୃନ୍ଦାବନ ନାୟକ ସ୍ମୃତି ବିଦ୍ୟାପୀଠ, ଶାସନ ଆମ୍ବଗାଁ ପଞ୍ଚାୟତ
(୨) କୁମାରପାଣି ହାଇସ୍କୁଲ, କୁମାରପାଣି ପଞ୍ଚାୟତ
(୩) ସରକାରୀ ୟୁଜି ହାଇସ୍କୁଲ, ସାପୁଆ ପଲ୍ଲୀ, ଦାରୁଭଦ୍ର ପଞ୍ଚାୟତ
(୪) ଲାଞ୍ଜିଆପଲ୍ଲୀ ହାଇସ୍କୁଲ, ଧନତରା ପଞ୍ଚାୟତ
(୫) ଗ୍ରାମପଞ୍ଚାୟତ ହାଇସ୍କୁଲ, ଶାହାପୁର ପଞ୍ଚାୟତ
(୬) କରଡ଼କଣା ହାଇସ୍କୁଲ, କରଡକଣା ପଞ୍ଚାୟତ
(୭) ଭଗବତୀ ବିଦ୍ୟାପୀଠ, ବୁରୁପଦ ପଞ୍ଚାଯତ
(୮) ସହିଦ୍ ହାଇସ୍କୁଲ, ଟକରଡା ପଞ୍ଚାୟତ
(୯) ମା କାଳୀ ହାଇସ୍କୁଲ, କୁଳାଗଡା ପଞ୍ଚାୟତ
(୧୦) ଜେ.ସି.ସି. ହାଇସ୍କୁଲ, ଭାବନ୍ଧ ପଞ୍ଚାୟତ
ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ୫-ଟି କାର୍ଯ୍ୟକ୍ରମ ଏହି ରୂପାନ୍ତରୀକରଣ ରେ କିପରି ପ୍ରମୁଖ ଭୂମିକା ନେଇଛି ସେ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5Tର ପ୍ରତ୍ୟେକ ନୀତିର ପ୍ରୟୋଗ ବିଦ୍ୟାଳୟ ରୂପାନ୍ତରଣ କୁ ସଫଳ କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ଆଗ୍ରହ ସୃଷ୍ଟି କରିଛି । ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରୀମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରୁ ଆରମ୍ଭ ହୋଇଥିବା ସ୍କୁଲ ମାନଙ୍କର ଏ ରୂପାନ୍ତରଣ ଓଡ଼ିଶାର ଶିକ୍ଷା ଇତିହାସ ରେ ଏକ ଗୌରବ ମୟ ଅଧ୍ୟାୟ ଯୋଡ଼ି ପାରିଛି । ମନ୍ତ୍ରୀ ଓ ବିଧାୟକମାନେ ସେମାନଙ୍କ ଅଞ୍ଚଳରେ ଏହି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ କିପରି ଭଲ ଭାବରେ କାର୍ଯ୍ୟକାରୀ ହେବ, ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ ସ୍ଥାନୀୟ ଜନସାଧାରଣଙ୍କୁ ସାମିଲ କରି ଗଞ୍ଜାମରେ ଯେପରି ସଫଳତା ମିଳିଛି, ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ସେହିପରି ଲୋକଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲ ଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଯୋଗ ଦେଇଥିଲେ ମନ୍ତ୍ରୀମଣ୍ଡଳର ସଦସ୍ୟ ,ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ। କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ୫-ଟିସଚିବ ଶ୍ରୀ ଭି କେ ପାଣ୍ଡିଆନ୍।
ଗଞ୍ଜାମ ଜିଲ୍ଳାପାଳ ସ୍ଵାଗତ ଭାଷଣ ଦେଇଥିଲେ। ଏହି କାର୍ଯ୍ୟକ୍ରମ ଗଞ୍ଜାମର ଛାତ୍ରଛାତ୍ରୀ ଅଭିଭାବକ ଓ ସାଧାରଣ ଲୋକଙ୍କ ମନରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ମୀରା ସ୍ବାଇଁ ତୃପ୍ତି ମୟୀ ମହାରଣା, ଶଙ୍କର ଜେନା, ସ୍ମୃତିମୟୀ ପ୍ରଧାନ, ରେଶମା ଦାସ, ସୁଇଟି ତ୍ରିପାଠୀ, ପାୟଲ ଗୌଡ ,ଓ ରୁଦ୍ର ନାରାୟଣ ଶତପଥୀ ପ୍ରମୁଖ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀମାନେ ଏହା ସେମାନଙ୍କ ଆତ୍ମବିଶ୍ବାସ ବୃଦ୍ଧିରେ ସହାୟକ ହେବ ବୋଲି ମତ ଦେଇ ଆନନ୍ଦ ପ୍ରକାଶ କରିଥିଲେ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ
ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମନ୍ତ୍ରୀ ଅଶୋକ ପଣ୍ଡା ମନ୍ତ୍ରୀ ରଘୁନନ୍ଦନ ଦାସ ଓ ବିଧାୟକମାନେ ଯୋଗ ଦେଇ ହିଞ୍ଜିଳି ବିକାଶ ସମ୍ପର୍କରେ ସୋମାନଙ୍କ ଅଭିଞତା ବର୍ଣ୍ଣନା କରିଥିଲେ । ଲୋକସେବା ଭବନରୁ ମୋ ସ୍କୁଲର ଅଧ୍ୟକ୍ଷ
ସସ୍ମିତା ବାଗ୍ ଚୀ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଯୋଗଦେଇ ଥିଲେ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications