ଯାଜପୁରରେ ୧ଲକ୍ଷ ୧୫ ହଜାର କୋଟିର ପ୍ରକଳ୍ପ,36 ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି

ଓଡ଼ିଶାର ସମୃଦ୍ଧି ଶିଳ୍ପ ଇତିହାସରେ ଯୋଡ଼ିହେଲା ଆଉ ଏକ ପୃଷ୍ଠା । ଯାଜପୁର କଳିଙ୍ଗନଗର ହେବ ଭାରତର ଷ୍ଟିଲ ହବ୍ । ଆଜି 1 ଲକ୍ଷ 15 ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । 49 ହଜାର କୋଟି ଟଙ୍କା ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ 66 ହଜାର କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

mohan majhi

ଏପଟେ 36 ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବାର ଲକ୍ଷ୍ୟ ମଧ୍ୟ ରଖାଯାଇଛି । କଳିଙ୍ଗନଗର କେବଳ ଓଡ଼ିଶାର ନୁହେଁ, ସାରା ଭାରତର ଷ୍ଟିଲ ହବ୍ ହେବ ବୋଲି କୁହାଯାଉଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କଳିଙ୍ଗନଗର ଠାରେ ୨୦ଟି ଶିଳ୍ପର ଶିଳାନ୍ୟାସ କରାଗଲା। ଏହା ସମ୍ଭବ ହୋଇଛି, ଆମ ସରକାରଙ୍କ ଦୃଢ଼ ଇଚ୍ଛାଶକ୍ତି ଯୋଗୁଁ। କାରଣ, ଯଦି ଇଚ୍ଛାଶକ୍ତି ନାହିଁ ତେବେ ପାଦେ ଆଗେଇବାକୁ ମଧ୍ୟ ମଣିଷ ସକ୍ଷମ ହୋଇପାରେ ନାହିଁ। ଆଜି ଆମ ସରକାର ନିଜର ଦୃଢ ଇଚ୍ଛା ଶକ୍ତିର ନିଦର୍ଶନ ଦେଖାଇଛନ୍ତି। ସେ କହିଥିଲେ ଯେ ମାତ୍ର ୧୧୩ ଦିନ ମଧ୍ୟରେ ଦେଇଥିବା ପ୍ରତିଶ୍ରୁତି ଆମ ସରକାର ପୂରଣ କରିଛନ୍ତି। ଆଜି ଏହି ଯେଉଁ ସବୁ ପ୍ରକଳ୍ପ ଆପଣମାନଙ୍କ ସମ୍ମୁଖରେ ଭିତ୍ତିପ୍ରସ୍ତର ସ୍ଥାପନ ହେଲା, ଏହି ସମସ୍ତ ପ୍ରକଳ୍ପର ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ସ୍ୱାକ୍ଷରିତ ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ, ରାଜ୍ୟର ଶିଳ୍ପ ବିକାଶର ଏନ୍ତୁଡିଶାଳ ହେଉଛି ଶିଳ୍ପ ସମୃଦ୍ଧ କଳିଙ୍ଗନଗର। ଶିଳ୍ପ ବିକାଶରେ ଅଗ୍ରଣୀ ଭୂମିକା ଗ୍ରହଣ କରି ରାଜ୍ୟ ପାଇଁ ଏହି ଅଂଚଳ ଏକ ଦୃଷ୍ଟାନ୍ତ ପାଲଟିଛି। ମେକ୍ ଇନ୍ ଓଡ଼ିଶା କନକ୍ଲେଭ-ଉତ୍କର୍ଷ ଓଡ଼ିଶାର ଚମତ୍କାର ସଫଳତା ବଳରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ଆମେ ପାଇଥିଲୁ। ଆଉ ଆଜି, ବାସ୍ତବତା ଭୂମିରେ ଦୃଶ୍ୟମାନ ହେଉଛି ଯେ ଓଡ଼ିଶା ଆଉ କେବଳ ସମ୍ଭାବନାର ଭୂମି ନୁହେଁ, ଏହା ହେଉଛି ସୀମାହୀନ ସୁଯୋଗର ଭୂମି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+