ଦେବଗଡ଼କୁ ୨୦୫ କୋଟିର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭେଟି । ଜିଲ୍ଲା ଗସ୍ତ କରି ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ସିଏମ୍ । ଏଥିସହିତ ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ଉଦ୍‍ଘାଟିତ ହୋଇଛି ।

ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି। ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିରେ କେନ୍ଦୁପତ୍ର ତୋଳାଳିଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦେବଗଡ଼ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ସଠିକ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡ଼ିବୁ। ଆମ ସରକାର ଆସିବା ପରେ ଆମେ ଓଡିଶାର ୩୦ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛୁ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ଆମେ ଗୁରୁତ୍ୱ ଦେଉଛୁ।

mohan majhi

ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ।

ସେ କହିଥିଲେ ଯେ, ଦେବଗଡ଼ ଜିଲ୍ଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ । ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ବିଜୁଳି ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଆମ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଛନ୍ତି। ସେ ପୁଣି କହିଥିଲେ ଯେ, ଓଡ଼ିଶାର ଜନସାଧାରଣକୁ ଯେଉଁ ପ୍ରତିଶ୍ରୁତି ଦେଇ ଆମେ ଲୋକଙ୍କ ସେବା କରିବାର ଦାୟିତ୍ୱ ନେଇଛୁ, ତାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ଆମେ ଗୋଟିଏ ମିନିଟ ବି ନଷ୍ଟ କରିନାହୁଁ। ଆମ ସରକାର ଆସିବାର ଏକ ବର୍ଷ ହେବାକୁ ମାତ୍ର ୯ ଦିନ ବାକି ଅଛି। ଆଉ ଏଇ ଏକ ବର୍ଷ ଭିତରେ ଆମେ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟର ସାମଗ୍ରୀକ ବିକାଶ ପାଇଁ ଅନେକ ଉନ୍ନୟନମୂଳକ ଓ କଲ୍ୟାଣକାରୀ ପଦକ୍ଷେପ ଗ୍ରହଣ କରିଛୁ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦେବଗଡ଼ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ସଠିକ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡ଼ିବୁ। ଆମ ସରକାର ଆସିବା ପରେ ଆମେ ଓଡିଶାର ୩୦ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛୁ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ଆମେ ଗୁରୁତ୍ୱ ଦେଉଛୁ। ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ, ଡକ୍ଟର ମୁକେଶ ମହାଲିଙ୍ଗଓ ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବିନ୍ଦ୍ର ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+