'ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲାପାଳଙ୍କୁ ବୁଝାଏ'

ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲାପାଳ ସମ୍ମିଳନୀ।

ଦୁର୍ନୀତି ନେଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରିବାକୁ ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେବା ସହ ଯଦି କିଛି ଅନିୟମିତତା ହେଉଛି ତାହା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୂର୍ବ ସରକାର ବେଳେ ହୋଇଥିବା ଦୁର୍ନୀତିର ତଦନ୍ତ କରିବାକୁ ମଧ୍ୟ ଏହି ଅବସରରେ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ଗଣମାଧ୍ୟମ, ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବି ପରାମର୍ଶ ଦେଇଛନ୍ତି। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିଛନ୍ତି ରାଜ୍ୟ ସରକାର । ଏହି ଅବସରରେ ଜିଲ୍ଲାପାଳ ମାନେ ଜିଲ୍ଲା ସ୍ତରରେ ଲୋକଙ୍କୁ ତ୍ବରିତ ସେବା ପ୍ରଦାନ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲାସ୍ତରରେ ସାଧାରଣ ଲୋକ ସରକାର କହିଲେ ଜିଲ୍ଲାପାଳମାନଙ୍କୁ ବୁଝିଥାନ୍ତି । ତେଣୁ ଜିଲ୍ଲାସ୍ତରରେ ଲୋକଙ୍କ ସମସ୍ୟାର ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

odisha cm mohan majhi

ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲାପାଳଙ୍କ ଦାୟିତ୍ୱ ରହିଛି। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲାପାଳ। ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲାପାଳଙ୍କୁ ବୁଝାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲାପାଳଙ୍କ ହାତରେ ନ୍ୟସ୍ତ। ସେମାନେ ଲୋକଙ୍କ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବେ।

ସେହିପରି ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାମକୁ ତ୍ବରିତ ବେଗରେ କରିବାକୁ କହିଛନ୍ତି । ଜିଲ୍ଲାପାଳମାନେ ଗ୍ରାଉଣ୍ଡ ଲେଭେଲରେ ସମସ୍ୟାର ସମାଧନ କଲେ ରାଜ୍ୟ ଆଗକୁ ବଢ଼ିବ । ସରକାର ଉନ୍ନୟନ କାମ ପାଇଁ ଖର୍ଚ୍ଚ କରୁଥିବା ସମସ୍ତ ବ୍ୟବସ୍ଥା ଯେମିତି ଲୋକଙ୍କ ପାଖରେ ପହଞ୍ଚିବ ସେନେଇ ତତ୍ପର ହେବାକୁ ମଧ୍ୟ କହିଛନ୍ତି । ସେପଟେ ଆଜି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ନେଇ ବୈଠକ କରିବା ପରେ ଆସନ୍ତାକାଲି ସମସ୍ତ ଜିଲ୍ଲାର ଏସପି ମାନଙ୍କ ସହ ବୈଠକ କରିବେ ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+