ଚାଷ ଆରମ୍ଭରୁ ଫସଲ ବିକ୍ରି ପର୍ଯ୍ୟନ୍ତ ସରକାର କରିବେ ସହଯୋଗ

ଭୁବନେଶ୍ୱର: ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ସୁନାମ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୃଷକ ମାନଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଭିନ୍ନ କୃଷକ ସଂଗଠନ ମାନଙ୍କ ସହିତ ଆଲୋଚନା କରି ଅନେକ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ କୃଷି ବିଭାଗ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀଙ୍କ ସହିତ କୃଷି ଭବନ ପରିଦର୍ଶନ କରିଥିଲେ ।

ଏହି ଅବସରରେ ପ୍ରମୁଖ ସଚିବ ପାଢ଼ୀ କୃଷି ଭବନର ସ୍ଵତନ୍ତ୍ର ନିର୍ମାଣ ଶୈଳୀ ଓ କୃଷକ ମାନଙ୍କ ପାଇଁ ହୋଇଥିବା ବିଭିନ୍ନ ସୁବିଧା ସଂପର୍କରେ ବୁଝାଇ ଥିଲେ। ବୈଠକରେ ଭାରତୀୟ କିଷାନ୍ ସଂଘ, ଗ୍ରାମ ବିକାଶ ପରିଷଦ ଓ ଅନ୍ୟ କୃଷକ ସଂଗଠନର କର୍ମକର୍ତ୍ତା ମାନେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ ।

odisha news

ଆଲୋଚନା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପି. ଏମ. କିସାନ ଯୋଜନାରେ ଯେଉଁମାନେ ଯୋଗ୍ୟ ହିତାଧିକାରୀ ଅଛନ୍ତି କିନ୍ତୁ ସାମିଲ ହୋଇ ପାରି ନାହାଁନ୍ତି, ସମସ୍ତଙ୍କୁ ସାମିଲ କରାଯିବ। ଏଥିପାଇଁ ସରକାର ଆବଶ୍ୟକ ବ୍ୟବସ୍ଥା ଓ ନିୟମ ପ୍ରସ୍ତୁତ କରୁଛନ୍ତି।

ସେହିପରି cold store ପ୍ରତିଷ୍ଠା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଥମେ ୫୮ ଟି ସବ୍ ଡିଭିଜନ ରେ cold store ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ପ୍ରତ୍ୟେକ ସବ୍ ଡିଭିଜନରେ ଗୋଟିଏ ଗୋଟିଏ cold store ହେବା ଦ୍ବାରା ସବୁ ଅଞ୍ଚଳର ଚାଷୀ ମାନେ ଲାଭବାନ ହୋଇ ପାରିବେ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ରାଜ୍ୟ ସରକାର ସମୃଦ୍ଧ କୃଷକ ନୀତି ପ୍ରସ୍ତୁତ କରୁଛନ୍ତି। ଏଥିରେ ଚାଷୀ ମାନଙ୍କୁ ଚାଷ ଆରମ୍ଭରୁ ଫସଲ ବିକ୍ରି ପର୍ଯ୍ୟନ୍ତ ପ୍ରତି ପଦକ୍ଷେପରେ ସହଯୋଗ ଓ ସହାୟତା ଯୋଗାଇ ଦିଆଯିବ। ସରକାର ଗଠନର ପ୍ରଥମ ଦିନରେ ଧାନର ସହାୟକ ମୂଲ୍ୟ ୩୧୦୦ ଟଙ୍କା କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିବାରୁ କୃଷକ ସଂଗଠନ ମାନେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାରଙ୍କୁ ଧନ୍ୟବାଦ୍ ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+