ମୁଖ୍ୟମନ୍ତ୍ରୀଙ୍କ ୧୧ତମ ଅଭିଯୋଗ ଶୁଣାଣିରେ ୧୪ଜଣଙ୍କୁ ମିଳିଲା ୧୩ ଲକ୍ଷ ୫୦ ହଜାର ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ୧୧ତମ ପାଳିରେ ଭୁବନେଶ୍ୱର ୟୁନିଟ-୨ରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି। ଆଜି ୧ ହଜାର ଅଭିଯୋଗକାରୀ ଅନ୍‍ଲାଇନ ମାଧ୍ୟମରେ ନାମ ପଞ୍ଜିକୃତ କରିଥିଲେ। ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳର ୬ ଜଣ ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଗୀୟ ମନ୍ତ୍ରୀ ଓ ସଚିବମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଭେଟି, ଆପତ୍ତି ଅଭିଯୋଗ ଶୁଣାଇ ଆତ୍ମସନ୍ତୋଷର ସହ ଲୋକମାନେ ଫେରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥା ଉପସ୍ଥିତ ଥିବା ଲୋକମାନଙ୍କୁ ଗଭୀର ଭାବେ ପ୍ରଭାବିତ କରୁଥିଲା ଏବଂ ସୁଶାସନର ଅନୁଭୂତି ସେମାନଙ୍କ ଆଖିରେ ଝଲସି ଉଠୁଥିଲା।

ସବୁଥର ପରି ସୋମବାର ମୁଖ୍ୟମନ୍ତ୍ରୀ ପ୍ରଥମେ ସକାଳେ ଆସି ବାହାରେ ଅପେକ୍ଷା କରିଥିବା ଭିନ୍ନକ୍ଷମ ଓ ଦୂରାରୋଗ୍ୟରେ ପୀଡିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଇଛି।

ସୋମବାର ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ନୟାଗଡର ସନ୍ତୋଷ ବିଶ୍ୱାଳଙ୍କୁ ୫୦ ହଜାର ଟଙ୍କା, ଯାଜପୁରର ବିଷ୍ଣୁଚରଣ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଭଦ୍ରକର ଲକ୍ଷ୍ମୀଧର ସେଠୀଙ୍କୁ ୧ ଲକ୍ଷ ଟଙ୍କା, କଟକର ସାତ୍ତ୍ୱିକ କରଙ୍କୁ ୧ ଲକ୍ଷ ଟଙ୍କା, କେନ୍ଦୁଝରର ନବୀନ କୁମାର ସେଠୀଙ୍କୁ ୨ ଲକ୍ଷ ଟଙ୍କା, ମୟୁରଭଞ୍ଜର ସୁନିତା ଚୌଧୁରୀଙ୍କୁ ୧ ଲକ୍ଷ ଟଙ୍କା, କଟକର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ୫୦ ହଜାର ଟଙ୍କା, ବୌଦ୍ଧର ନୀଳକଣ୍ଠ ପ୍ରଧାନ ଓ ଯଦୁମଣି କର୍ମୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ, ଗଞ୍ଜାମର ଛାୟା ନାୟକଙ୍କୁ ୧ ଲକ୍ଷ ଟଙ୍କା, ଭଦ୍ରକର ବୁଦ୍ଧିଆ ମଣ୍ଡଳଙ୍କୁ ୧ ଲକ୍ଷ ଟଙ୍କା, ନବରଙ୍ଗପୁରର କମଳା ନାୟକଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧାର କୈଳାସ ପଲେଇଙ୍କୁ ୧ ଲକ୍ଷ ଟଙ୍କା ଏବଂ କଟକର ସୁରେଶ କୁମାର ଜେନାଙ୍କୁ ଅନୁକମ୍ପାମୂଳକ ସହାୟତା ବାବଦକୁ ୫୦ ହଜାର ଟଙ୍କା, ଏହିପରି ୧୪ ଜଣଙ୍କୁ ସମୁଦାୟ ୧୩ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ ।

mohan majhi

ଗଣମାଧ୍ୟମକୁ ବିବୃତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଉପରେ ଲୋକଙ୍କ ଆସ୍ଥା ବଢିଛି। ସେମାନେ ବିଭିନ୍ନ ସମସ୍ୟା ନେଇ ଆମ ପାଖକୁ ଆସୁଛନ୍ତି । ଲୋକଙ୍କୁ ନିରନ୍ତର ନ୍ୟାୟ ପ୍ରଦାନ କରିବା ପାଇଁ ଆମେ ଏହି କାର୍ଯ୍ୟକ୍ରମ ଜାରି ରଖିଛୁ। ଆମ ସରକାର ନିରନ୍ତର ଭାବେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି, ଏବଂ ତାହାର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହା ମାଧ୍ୟମରେ ଗରିବ ଓ ଅସହାୟଙ୍କୁ ସହାୟତା ପ୍ରଦାନ କରାଯାଉଛି। ଆଗାମୀ ଦିନରେ ଆଞ୍ଚଳିକ ସ୍ତରରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+