ଆଜି ଉତ୍ସବର ଦିନ ନୁହେଁ, ସମ୍ବିଧାନକୁ ସୁରକ୍ଷା ଦେବା ଆମ ସମସ୍ତଙ୍କ ଦାୟିତ୍ବ : ମୁଖ୍ୟମନ୍ତ୍ରୀ
କଟକରେ ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ । ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି । ଆଜିର ଦିନରେ ମହାନ୍ ଜନନାୟକଙ୍କୁ ମନେ ପକାଇବା ପରମ ସୁଯୋଗ। ଦେଶର ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ । ଦେଶର ଗଣତନ୍ତ୍ର ବଜାୟ ରଖିବାରେ କୋଟି କୋଟି ଜନତାଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ।
ନିରବଚ୍ଛିନ୍ନ ଭାବେ ଗଣତନ୍ତ୍ରକୁ ବଜାୟ ସହ ଦେଶର ଅଗ୍ରଗତି ହେଉଛି । ଖୁବ୍ଶୀଘ୍ର ଆମ ଦେଶ ତୃତୀୟ ଶ୍ରେଷ୍ଠ ଅର୍ଥନୀତି ହେବାକୁ ଯାଉଛି ବୋଲି କହିଲେ ମୁଖ୍ୟମନ୍ତ୍ରୀ । ୧୪୦ କୋଟି ଭାରତୀୟଙ୍କ ଜୀବନଯାପନ ଶୈଳୀରେ ପରିବର୍ତ୍ତନ ଆସିଛି ।
ଲୋକଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ଅଧିକାର ଯୋଗାଇବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଅଦ୍ଭୂତପୂର୍ବ ପରିବର୍ତ୍ତନ ହେବାକୁ ଯାଉଛି । ଗାଁରୁ ବିକାଶ ଆରମ୍ଭ ହେଉଛି, ସରକାର ଏନେଇ ଭିତ୍ତିଭୂମି ପ୍ରସ୍ତୁତ କରୁଛନ୍ତି ।

ଓଡ଼ିଆ ଅସ୍ମିତା ସହ ଓଡ଼ିଶାର ବିକାଶ ଆଗେଇ ଚାଲିଛି ବୋଲି କହିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟର ବିକାଶ ପାଇଁ ରାଜ୍ୟ ସରକାର ଅନବରତ କାମ କରୁଛନ୍ତି। ଆଜି ଉତ୍ସବର ଦିନ ନୁହେଁ, ସମ୍ବିଧାନକୁ ସୁରକ୍ଷା ଦେବା ଆମ ସମସ୍ତଙ୍କ ଦାୟିତ୍ବ । ସମୃଦ୍ଧ ଓ ବିକଶିତ ଓଡ଼ିଶା ନିର୍ମାଣରେ ହାତ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି ।












Click it and Unblock the Notifications