ମମତାଙ୍କ ସହ ଫୋନରେ କଥା ହେଲେ ସିଏମ୍ ମୋହନ ମାଝି, ଏହି ବିଷୟରେ କଲେ ଆଲୋଚନା

ଭୁବନେଶ୍ୱର : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶନିବାର ଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି। ତେବେ ମୋହନଙ୍କ କଥା ରଖିଛନ୍ତି ଦିଦି। ସେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ ଫୋନ ଯୋଗେ ମମତାଙ୍କୁ କହିଥିଲେ ଯେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା ।

mamata banarjee mohan majhi

ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+