Mohan Majhi: ୩୦ରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ସୋମବାର ୩୦ ତାରିଖ ଦିନ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ଦିନ ୧୦.୩୦ ସମୟରୁ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ୍ୟାପିଟାଲ ନର୍ସରୀ )ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ। ଏହି ଅଭିଯୋଗ ଶୁଣାଣି ପାଇଁ ଶୁକ୍ରବାର ଦିନ ୧୨ଟାରୁ ପଞ୍ଜୀକରଣ ଜାରି ରହିଛି।
ଆଜିରୁ ଆରମ୍ଭ ହୋଇଥିବା ଏହି ଅନଲାଇନ ପଞ୍ଜୀକରଣ, ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।

ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ବୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।












Click it and Unblock the Notifications