ଅକ୍ଟୋବର ୨୧ଓ ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ୧୮ ତାରିଖରୁ ପଞ୍ଜିକରଣ

ଭୁବେନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ଅକ୍ଟୋବର ୨୧ ତାରିଖ (ସୋମବାର) ଓଅକ୍ଟୋବର ୨୮ ତାରିଖ (ସୋମବାର)ରେ ପୂର୍ବାହ୍ନ ୧୧ଟା ସମୟରୁ ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଞ୍ଜୀକୃତ ହୋଇଥିବା ଲୋକଙ୍କ ଅଭିଯୋଗ ଶୁଣିବେ। ଦିନକୁ ସର୍ବାଧିକ ୧ ହଜାର ଲୋକ ପଞ୍ଜୀକରଣ କରିପାରିବେ।

mohan majhi

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବା ପାଇଁ ଯେଉଁମାନେ ଆଗ୍ରହୀ ଥିବେ ସେମାନେ ଜନଶୁଶାଣି ପୋର୍ଟାଲ ଅବା ଜନଶୁଣାଣି ମୋବାଇଲ ଆପ୍ଲିକେସନ୍ ମାଧ୍ୟମରେ ପଞ୍ଜିକରଣ କରିପାରିବେ । ଏହାପରେ ପଞ୍ଜିକୃତ ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+