CM Mohan Majhi: ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ
ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ପହଞ୍ଚିବା ପରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ । ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆସି ନଥିଲେ । ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲି କାମ କରୁଥିଲେ । ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା । ଆଜି ସେହି ପ୍ରକୋଷ୍ଠକୁ ଯାଇଛନ୍ତି ମୋହନ ମାଝୀ। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନକୁ ପାଛୋଟି ନେବାକୁ ସେଠାରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେବାକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ କ୍ୟାବିନେଟ୍ ମନ୍ତ୍ରୀ ଉପସ୍ଥିତ ଥିଲେ । ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ୍ ଏବଂ ଓଏଏସ୍ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭଗ୍ୟ ସ୍ୱାଗତ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ସଜେଇ ହୋଇଛି ଲୋକସେବା ଭବନ ପରିସର । ବିଭିନ୍ନ ରଙ୍ଗ ବେରଙ୍ଗ ଫୁଲ ଓ ରଙ୍ଗୋଲିରେ ଲୋକସେବା ଭବନକୁ ସଜା ଯାଇଛି । ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲି କାମ କରୁଥିଲେ । ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଛି । ଆଜି ସେହି ପ୍ରକୋଷ୍ଠରେ ବସି କାର୍ୟ୍ୟ କରିବେ ମୋହନ ମାଝୀ ।
ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ୨୨ ଦିନ ହେଲା ରାଜ୍ୟ ଅତିଥି ଭାବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ। ଏହାପରେ ଆଜିଠୁ ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ତେବେ ୨୦୨୦ ମସିହା କୋଭିଡ ସମୟରୁ ମୁଖ୍ୟମନ୍ତ୍ରୀ ଥିବା ନବୀନ ପଟ୍ଟନାୟକ ଏହି ତୃତୀୟ ମହଲା କାର୍ୟ୍ୟାଳୟକୁ ଯାଉ ନଥିଲେ । ୨୦୨୦ ମାର୍ଚ୍ଚରୁ ସେ ମାତ୍ର ୨ ଥର ସେହି କାର୍ୟ୍ୟାଳୟକୁ ଯାଇଥିଲେ












Click it and Unblock the Notifications