ମହିଳା ସରକାରୀ କର୍ମଚାରୀଙ୍କୁ ଅଧିକ ୧୦ ଦିନ ଛୁଟି; ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ଛୁଟି । ବାର୍ଷିକ ୧୫ ଦିନ ଛୁଟି ପାଉଥିଲା ବେଳେ ଏଣିକି ୨୫ ଦିନ ପାଇବେ ଛୁଟି । ଅତିରିକ୍ତ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ ଥିଲା।
ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି ।
ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ପାଇପାରିବେ ।












Click it and Unblock the Notifications