ରାଜ୍ୟରେ ଆଉ 22ଟି ନୂଆ ଏନଏସି; ଭଞ୍ଜନଗର ଏନଏସି ମୁନିସିପାଲିଟିକୁ ଉନ୍ନୀତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର 13ଟି ଜିଲ୍ଲାରେ 22ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିର ର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବର ର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁର ର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା।

naveen patnaik

5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଗତ ମାସ ରେ ମୁଖ୍ୟମନ୍ତ୍ରୀ 35 ଟି ନୂଆ NAC ଓ 5 ଟି ନୂଆ municipality ଗଠନ ବିଷୟ ଘୋଷଣା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+