For Quick Alerts
Turn On Notification  
For Daily Alerts
Oneindia App Download

କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା: ତୋଳାଳୀ ପାଇଲେ 1000 ଟଙ୍କା ବନ୍ଧାଳୀଙ୍କୁ 1500 ଟଙ୍କା ଲେଖାଏଁ ସହାୟତା

ଘୋଷଣା ଅନୁଯାୟୀ ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀ କାଳୀନ ସହୟତା ଭାବରେ ତୋଳାଳୀ 1000 ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି 1500 ଟଙ୍କା ।

|

ଭୁବନେଶ୍ବର: ଘୋଷଣା ଅନୁଯାୟୀ ଆଜି ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀ କାଳୀନ ସହୟତା ଭାବରେ ତୋଳାଳୀ 1000 ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି 1500 ଟଙ୍କା । ଆଜି ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି । ହିତାଧିକାରୀଙ୍କ ଖାତାକୁ ଗଲା 43 କୋଟି ଟଙ୍କା । DBT ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ଯାଙ୍କ ଖାତାରେ ଜମା ହୋଇଥିଲା ।

CM Naveen Patnaik

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ଯାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳୀ ଓ ଅନ୍ଯ କେନ୍ଦୁପତ୍ର କର୍ମଚାରୀମାନଙ୍କୁ ଏ ସବୁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । କେନ୍ଦୁପତ୍ର ହେଉଛି ଗରିବ ଲୋକର ଦାନା ପାଣିର କଥା । ତେଣୁ ତା ଉପରେ 18% GSTକୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଛେଦ ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କେନ୍ଦ୍ର ନିକଟରେ ଦାବୀ କରିଥିଲେ ।

ଆଜି ନୂଆପଡ଼ା କଳାହାଣ୍ଡି କୋରାପୁଟ ନବରଙ୍ଗପୁର ଅନୁଗୁଳ ସମ୍ବଲପୁର ଝାରସୁଗୁଡା କନ୍ଧମାଳ, ବୌଦ୍ଧ, କେଉଁଝର ଦେବଗଡ଼, ବଲାଙ୍ଗୀର ଆଦି ବାର ଜିଲ୍ଲାର ସତର ଡିଭିଜନର ହିତାଧିକାରୀମାନଙ୍କୁ ଆଜି ସହାୟତା ବଣ୍ଟନ କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ଯାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ ସୂଚନା କରିଥିଲେ।

ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ମୋନା ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ହିତାଧିକାରୀ
ଶାନ୍ତନୁ କୁମାର ଭୋଇ, ଝାରସୁଗୁଡ଼ାର ପୁଷ୍ପ ଲତା ଭଇଁଶା ଓ ନୂଆପଡ଼ାର ଇଶ୍ଵର ଶବରଙ୍କ ସହ ସହାୟତା ବିଷୟରେ ଆଲୋଚନା କରି ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ସୂଚନାଯୋଗ୍ୟ ଯେ, ଗତ 23 ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏ ସହାୟତା ବିଷୟ ଘୋଷଣା କରିଥିଲେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha CM Naveen Patnaik Distribute Assessment to Kendu Leaf Workers
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X