ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ଟ୍ରେନ୍‌ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାର ବରିଷ୍ଠ ନାଗରିକମାନେ ଏହି ଯାତ୍ରାରେ ସାମିଲ ହୋଇ ହରିଦ୍ୱାର ଓ ଋଷିକେଶ ଯାତ୍ରା କରିଛନ୍ତି । ଏକ ଭିଡ଼ିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭକାମନା ଜଣାଇବା ସହ ବିଭିନ୍ନ ଅଞ୍ଚଳର ସଂସ୍କୃତି ଓ ତୀର୍ଥସ୍ଥଳ ସଂପର୍କରେ ଏହା ଦ୍ୱାରା ଜାଣିହେବ ବୋଲି କହିଥିଲେ।

୨୦୧୬ ମସିହାରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ରାଜ୍ୟର ପ୍ରାୟ ୨୦ ହଜାରରୁ ଅଧିକ ବରିଷ୍ଠ ନାଗରିକ ସାମିଲ ହୋଇ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ କରି ଆଧ୍ୟାତ୍ମିକତା ଅନୁଭବ କରିଥିବାର ସେ କହିଥିଲେ। ରାଜ୍ୟ ସରକାର ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା ସହ ପୁରୀରେ କାର୍ତ୍ତିକ ମାସରେ ହବିଷ୍ୟାଳିମାନଙ୍କ ନିମନ୍ତେ ସମସ୍ତ ବ୍ୟବସ୍ଥା କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଉଲ୍ଲେଖ କରିଥିଲେ।

 Pilgrimage Trip For SeniorCitizens

ଏହି ଅବସରରେ ଭୁବନେଶ୍ୱରର ରେଳ ଷ୍ଟେସନ୍‌ରେ ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ ମୁଦୁଲି, ବିଧାୟକ ସୁରେଶ ଚନ୍ଦ୍ର ରାଉତରାୟ, ଶ୍ରୀ ଅନନ୍ତ ନାରାୟଣ ଜେନା, ଶ୍ରୀ ସୁଶାନ୍ତ କୁମାର ରାଉତ ଯୋଗ ଦେଇଥିଲେ।

ସେହିପରି ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଡ. ଲେନିନ୍‌ ମହାନ୍ତି, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଉପଦେଷ୍ଟା ଶ୍ରୀ ଦୁର୍ଗାପ୍ରସାଦ ସାମନ୍ତରାୟ, ଖୋର୍ଦ୍ଧା ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ଶ୍ରୀ ଗୋପୀନାଥ ମହାରଣା ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀମାନଙ୍କୁ ଶୁଭକାମନା ଜଣାଇବା ସହ ଏହା ଦ୍ୱାରା ବରିଷ୍ଠ ନାଗରିକମାନଙ୍କର ସ୍ୱପ୍ନ ପୂରଣ ହେବା ସହ ବିଭିନ୍ନ ତୀର୍ଥସ୍ଥାନ ବୁଲିବାର ସୁଯୋଗ ପାଇପାରୁଛନ୍ତି ବୋଲି ସେମାନେ କହିଥିଲେ।

ଆଜିର ଏହି ଦ୍ୱିତୀୟ ପର୍ଯ୍ୟାୟ ଯାତ୍ରାରେ ୬ଟି ଜିଲ୍ଲାର ୯୭୦ ଜଣ ତୀର୍ଥଯାତ୍ରୀ ଏବଂ ୩୦ ଜଣ ଅଧିକାରୀ ସାମିଲ ଅଛନ୍ତି। ସେମାନେ ହରିଦ୍ୱାର ଓ ଋଷିକେଶରେ ତୀର୍ଥ କରି ଆସନ୍ତା ୨୮ ତାରିଖ ବିଳମ୍ବିତ ରାତିରେ ଭୁବନେଶ୍ୱରଠାରେ ପହଞ୍ଚିବେ। ଏ ପର୍ଯ୍ୟନ୍ତ ଆଇଆର୍‌ସିଟିସି ସହଯୋଗରେ ୨୧ଟି ଯାତ୍ରାରେ ୨୦ ହଜାର ୬୬୯ ଜଣ ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଯାତ୍ରା କରିଛନ୍ତି।

ଏହି ଯାତ୍ରା ଶୁଭାରମ୍ଭ ସମୟରେ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଭୁବନେଶ୍ୱରର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ରନାରାୟଣ ମହାନ୍ତି ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+