ଦଶ ଦିନ ଭିତରେ ହସ୍ପିଟାଲ ପ୍ରସ୍ତୁତ ରଖ, 2ୟ ଲହର ପରି ବେଡ ଓ ଆଇସିୟୁ ବ୍ୟବସ୍ଥା କର; ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।

CM Naveen

ଜନସାଧାରଣଙ୍କ ଟୀକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟୀକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ। ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାରା ଦେଶରେ ଓମିକ୍ରନ୍‌ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ। ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଛନ୍ତି ।

ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବାପାଇଁ ନିଷ୍ପତ୍ତି ହୋଇଥିଲା ବୋଲି ପ୍ରକାଶ କରି ଏଗୁଡିକର କାର୍ଯ୍ୟାନ୍ବୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଗତ ଲହରୀ ସମୟରେ ଅକ୍ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ବ ଦିଆଯାଇଥିଲା। ବର୍ତ୍ତମାନ ପୁଣି ଅଧିକାରୀ ମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍‌ଜରଭର ବ୍ୟବସ୍ଥା କୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେହେତୁ ଏହି ଲହରୀରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାର ସମ୍ଭାବନା ରହିଛି, ତେଣୁ ସବୁ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ବରେ ଥିବ ଅଧିକାରୀ ମାନଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ ଙ୍କୁ ନିବେଦନ କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯିବ। ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି ସେ କହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+