Get Updates
Get notified of breaking news, exclusive insights, and must-see stories!

ପୁଣି ନମ୍ୱର ୱାନ୍ ନବୀନ...

ଜାତୀୟ ଗଣମାଧ୍ୟମ ସଂସ୍ଥା ‘ଇଣ୍ଡିଆ ଟୁଡେ’ ର ମୁଡ ଅଫ ଦ ନେସନ ପୋଲରେ ନବୀନ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ।

ଭୁବନେଶ୍ବର: ପୁଣି ନମ୍ୱର ୱାନ୍ ନବୀନ । ଅନ୍ୟ ମୁଖ୍ୟମନ୍ତ୍ରୀ ମାନଙ୍କୁ ପଛରେ ପକାଇ ନିଜ ରାଜ୍ୟରେ ନବୀନ ପଟ୍ଟନାୟକ ହେଉଛନ୍ତି ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ । ଜାତୀୟ ଗଣମାଧ୍ୟମ ସଂସ୍ଥା 'ଇଣ୍ଡିଆ ଟୁଡେ' ର ମୁଡ ଅଫ ଦ ନେସନ ପୋଲରେ ନବୀନ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ।

CM Naveen Patnaik

ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ ପକ୍ଷରୁ କରାଯାଇଥିବା 'ମୁଡ୍‍ ଅଫ୍‍ ଦ ନେସନ୍‍' ସର୍ଭେକ୍ଷଣରେ ରାଜ୍ୟୱାରୀ ଲୋକପ୍ରିୟତା ଆଧାରରେ ଓଡ଼ିଶାର ୭୩.୨ ପ୍ରତିଶତ ଲୋକ ନବୀନଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପସନ୍ଦ କରିଛନ୍ତି।ତାଙ୍କ ପଛକୁ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ (୬୯.୨%) । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା (୬୮.୩%) ରେଟିଂ ପାଇ ତୃତୀୟ ସ୍ଥାନରେ ଅଛନ୍ତି । ଟପ ଟେନ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ଯଥାକ୍ରମେ ଅଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ,ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି।

ଦୀର୍ଘବର୍ଷ କାଳ ଶାସନ କ୍ଷମତାରେ ରହି ମଧ୍ୟ ନବୀନଙ୍କୁ ଭଲପାଇବାରେ ଓଡ଼ିଶାବାସୀ ସାମାନ୍ୟ ଉଣା କରିନାହାନ୍ତି । ରାଜ୍ୟରେ ବିକାଶ, ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନକୁ ଲୋକମାନେ ବେଶ ସନ୍ତୋଷ ପ୍ରକାଶ କରିଛନ୍ତି। ନାରୀ ସଶକ୍ତିକରଣ, ସ୍ଥିରତା, ସୁଶାସନ, ଦୁର୍ନୀତି ଓ ଭ୍ରଷ୍ଟାଚାରମୁକ୍ତ ଓଡ଼ିଶା ଗଠନରେ ନବୀନ ସାଜିଛନ୍ତି ଷ୍ଟେଟସ୍ ମ୍ୟାନ୍ । ସ୍ୱାସ୍ଥ୍ୟ ଭିତ୍ତିଭୂମି, ବିପର୍ଯ୍ୟୟ ପରିଚାଳନାରେ ସାରାଦେଶରେ ଉଦାହରଣ ପାଲଟିଛି ଓଡ଼ିଶା ।କୋଭିଡ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି । ଏଥି ସହିତ ଚଳିତ ବର୍ଷ ହକି ବିଶ୍ବକପ୍‌ ୨୦୨୩ ଲଗାତର ଦ୍ବିତୀୟ ଥର ସଫଳତାର ସହ ଆୟୋଜନ କରୁଥିବା ଓଡିଶାକୁ କେବଳ ଦେଶ ନୁହେଁ ବିଦେଶରୁ ମଧ୍ୟ ପ୍ରଶଂସା କରାଯାଉଛି। କଥା ନୁହେଁ କଠିନ ପରିଶ୍ରମରେ ବିଶ୍ବାସ କରୁଥିବା ନବୀନ ରାଜନେତା ଓ ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶାବାସୀଙ୍କର ପ୍ରଥମ ଓ ଶ୍ରେଷ୍ଠ ପସନ୍ଦ।

କେବଳ ଯେ ଇଣ୍ଡିଆ ଟୁଡେର ସର୍ଭେ ନୁହେଁ ଏହା ପୂର୍ବରୁ ମଧ୍ୟ ଅନ୍ୟ ପ୍ରତିଷ୍ଠିତ ମାଗାଜିନ ଓ ସଂସ୍ଥାର ଜନମତ ସର୍ଭେରେ ନବୀନ ସବୁବେଳେ ଶୀର୍ଷରେ ରହି ଆସିଛନ୍ତି। ଅନ୍ୟ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ ନିଜର ସ୍ଥିତି ବଜାୟ ରଖିପାରିନଥିବା ବେଳେ ନବୀନ ଓଡ଼ିଶାର ବିକାଶକୁ ମୁଖ୍ୟ ଏଜେଣ୍ଡା ଭାବେ ନେଇ ଶାସନ ଓ ପ୍ରଶାସନକୁ ଲୋକାଭିମୁଖୀ କରି ସମଗ୍ର ଦେଶ ପାଇଁ ପାଲଟିଛନ୍ତି ରୋଲ ମଡେଲ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+