ମୟୂରଭଞ୍ଜରେ ନୂତନ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୟୂରଭଞ୍ଜ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନାରେ ନୂତନ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଆଜି ମୟୂରଭଞ୍ଜ ଗସ୍ତ କରି ବିଏସକେଓ୍ୱାଇ ସ୍ମାର୍ଟକାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହିତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଯାଇ ବାରିପଦାର କଲେଜ ପଡିଆରେ ପୂର୍ବାହ୍ନ ୧୧ଟାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ। ସେଠାରେ ପହଞ୍ଚିବା ପରେ ଶହୀଦ ସ୍ମୃତିଭବନ ପରିସରରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିବେ।

ନବୀନ ପଟ୍ଟନାୟକ

ମୟୂରଭଞ୍ଜ ଜିଲ୍ଲାରେ ୬ଲକ୍ଷ ହିତାଧିକାରୀ ବିଏସକେୱାଇ ସ୍ମାର୍ଟକାର୍ଡର ଲାଭ ପାଇବେ। ସେହିପରି ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ୨ ହଜାର କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ପ୍ରକଳ୍ପ ଭେଟିଦେବେ ନବୀନ। ୪୦୫ଟି ପ୍ରକଳ୍ପର ଶିଳାନ୍ୟାସ ସହିତ ୧୩୪ଟି ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ବେଳେ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ବାରିପଦା ପୌରାଞ୍ଚଳର ୪ ପ୍ରମୁଖ ସ୍ଥାନରେ ବଣ୍ଟନ ଓ ଲୋକାର୍ପଣ ଉତ୍ସବ ଦେଖିବା ବ୍ୟବସ୍ଥା କରାଯାଇଛି। ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶାର ଲକ୍ଷ୍ୟ ରଖି ଅଗଷ୍ଟ ୧୫ ତାରିଖରୁ ଏହି ଡିଜିଟାଲ କାର୍ଡର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ବିଜୁ ସ୍ୱାସ୍ଥ୍ୟ କାର୍ଡରେ ମହିଳାମାନେ ୧୦ଲକ୍ଷ ଓ ପୁରୁଷମାନେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସହାୟତା ପାଇବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+