ରାଜ୍ୟରେ କୋଭିଡର ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ; କହିଲେ, ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ଜରୁରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଛନ୍ତି। ରାଜ୍ୟର କୋଭିଡ ସ୍ଥିତିକୁ ସନ୍ତୋଷଜନକ ନୂହେ ବୋଲିଂ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଛନ୍ତି। ରାଜ୍ୟର କୋଭିଡ ସ୍ଥିତିକୁ ସନ୍ତୋଷଜନକ ନୂହେ ବୋଲିଂ ମୁଖ୍ୟମନ୍ତ୍ରୀ କହିଛନ୍ତି ।

CM Naveen

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଡିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ବାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ବ ରହିଛି । ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ବାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି CHC level ପର୍ଯ୍ୟନ୍ତ ଯେଭଳି ସ୍ବାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା IICଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

କୋଭିଡର ଦ୍ବିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, MGNREGS ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୁଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମା ମାନଙ୍କ ଠାରୁ ଆରମ୍ଭ କରି street vendor ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି । ଏପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+