୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ଧାର୍ମିକସ୍ଥଳୀର ହେବ ରୂପାନ୍ତରଣ। ବିଏମସି ଅଞ୍ଚଳରେ ଥିବା ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ₹୧୫.୨୦ କୋଟି ମଞ୍ଜୁର କରିଛନ୍ତି। ଏଥିରେ ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀଗୁଡ଼ିକର ନୂତନ ନିର୍ମାଣ ସହିତ ଉନ୍ନତିକରଣ କାର୍ଯ୍ୟ କରାଯିବ।
ବିଭିନ୍ନ ମନ୍ଦିର ପରିଚାଳନା କମିଟି, ସ୍ଥାନୀୟ ଜନପ୍ରତିନିଧି ଏବଂ ସଂଖ୍ୟା ଲଘୁ ସମ୍ପ୍ରଦାୟଗୁଡ଼ିକ ସେମାନଙ୍କ ଧାର୍ମିକ ଅନୁଷ୍ଠାନ, ଗୋଷ୍ଠୀ ସମ୍ପତ୍ତି, ମହିଳା ସମିତି ଗୃହ, ପୂଜାମଣ୍ଡପ ଇତ୍ୟାଦିର ଉନ୍ନତିକରଣ ଓ ବିକାଶ ପାଇଁ ପ୍ରସ୍ତାବ ଦେଇଥିଲେ । ଏହିସବୁ ପ୍ରାଚୀନ କୀର୍ତ୍ତିରାଜି ସହିତ ସମସ୍ତ ଧାର୍ମିକସ୍ଥଳୀଗୁଡ଼ିକର ସୌନ୍ଦର୍ଯ୍ୟକରଣ, ଉନ୍ନତିକରଣ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର ହୋଇଛି ।
ରିପୋର୍ଟ ଆଧାରରେ ସମ୍ପୃକ୍ତ କମିଟିର ସଦସ୍ୟ ଓ ଜନପ୍ରତିନିଧିମାନଙ୍କ ସହିତ ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏସବୁ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବା ପରେ, ମୁଖ୍ୟମନ୍ତ୍ରୀ ଏହିସବୁ ଉନ୍ନୟନ କାର୍ଯ୍ୟ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ, ସ୍ମାର୍ଟ ସିଟି ଭୁବନେଶ୍ୱର ମନ୍ଦିରମାଳିନୀ ନଗରୀ ଭାବରେ ପ୍ରସିଦ୍ଧ । ଏଠାରେ ୭୦୦ରୁ ଅଧିକ ମନ୍ଦିର ଏଠାରେ ରହିଛି । ବହୁ ପ୍ରାଚୀନ ଐତିହ୍ୟପୂର୍ଣ୍ଣ ମନ୍ଦିର ମଧ୍ୟ ଏଠାରେ ଅଛି । ପ୍ରତିଦିନ ହଜାର ହଜାର ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ଏସବୁ ସ୍ଥାନକୁ ପରିଦର୍ଶନ ପାଇଁ ଆସିଥାନ୍ତି । ଏହିସବୁ ପ୍ରାଚୀନ କୀର୍ତ୍ତିରାଜି ସହିତ ସମସ୍ତ ଧାର୍ମିକସ୍ଥଳୀ ଗୁଡିକର ସୌନ୍ଦର୍ଯ୍ୟକରଣ, ଉନ୍ନତିକରଣ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର ହୋଇଛି। ଏଥି ସହିତ ବିଭିନ୍ନ ଗୋଷ୍ଠୀ ସମ୍ପତ୍ତି, କ୍ଲବ, ମହିଳା ସମିତି ଗୃହ ଓ ପୂଜା ମଣ୍ଡପଗୁଡିକର ନୂତନ ନିର୍ମାଣ ସହିତ ବିକାଶ କାର୍ଯ୍ୟ କରାଯିବ।












Click it and Unblock the Notifications