ନୂଆ ବର୍ଷରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ପ୍ରଭୁ ଜଗନ୍ନାଥଙ୍କ ପାଖରେ କଲେ ପ୍ରାର୍ଥନା
ଭୁବନେଶ୍ବର: ଆଜି ୨୦୨୨ ମସିହା ଇଂରାଜୀ ନୂଆ ବର୍ଷର ପ୍ରଥମ ଦିନରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି "ନୂଆ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ରାଜ୍ୟର ପ୍ରଗତି ସହ ପ୍ରତିଟି ଜୀବନ ମଙ୍ଗଳମୟ ହେଉ"। ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୨୨ ବର୍ଷଟି ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ, ଏହି ବର୍ଷଟି ଓଡିଶା ପାଇଁ ସମୃଦ୍ଧିମୟ ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

କୋବିଡ ପରିପ୍ରେକ୍ଷୀରେ ସମସ୍ତେ ସତର୍କ ରହିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ବାର୍ତ୍ତା ଯୋଗେ କହିଛନ୍ତି। କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ମୁକାବିଲା ପାଇଁ ଆମକୁ ଆମକୁ ସତର୍କ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ଆହ୍ଵାନ କରିଛନ୍ତି।
ନୂଆ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ରାଜ୍ୟର ପ୍ରଗତି ସହ ପ୍ରତିଟି ଜୀବନ ମଙ୍ଗଳମୟ ହେଉ।#HappyNewYear2022 pic.twitter.com/lf2hlpUCqj
— Naveen Patnaik (@Naveen_Odisha) January 1, 2022












Click it and Unblock the Notifications