Get Updates
Get notified of breaking news, exclusive insights, and must-see stories!

ଇଟାଲି ଗସ୍ତରେ ମୁଖ୍ୟମନ୍ତ୍ରୀ: ବିଦେଶରେ ଦେଖାଇବେ ଓଡିଶାର ବିକାଶ ଚିତ୍ର

ଆଜିଠୁ ଇଟାଲି ଅଭିମୁଖେ ବାହାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଇଟାଲୀ ଅଭିମୁଖେ ଗସ୍ତ କରିଛନ୍ତି ।

ଭୁବନେଶ୍ୱର: ଆଜିଠୁ ଇଟାଲି ଅଭିମୁଖେ ବାହାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଇଟାଲୀ ଅଭିମୁଖେ ଗସ୍ତ କରିଛନ୍ତି । ଭୋର ୪ଟା ୧୫ରେ ଦିଲ୍ଲୀ ଅନ୍ତଜାର୍ତୀୟ ବିମାନ ବନ୍ଦରରୁ ଯାତ୍ରା ଆରମ୍ଭ କରିଛନ୍ତି । ଆଜି ଅପରାହ୍ନ ୩ଟାରେ ଇଟାଲୀରେ ପହଞ୍ଚିବେ ନବୀନ । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରୋମରେ ରହିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।

Odisha CMs Foreign Visit

ଓ୍ୱାର୍ଲଡ ଫୁଡ୍ ପ୍ରୋଗ୍ରାମ, WFP ପକ୍ଷରୁ ରୋମ୍‌ରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା । ସେଠାରେ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରେ ହୋଇଥିବା ରୂପାନ୍ତୀକରଣ ଉପରେ ବାର୍ତ୍ତା ଦେବେ ନବୀନ। ଖାଦ୍ୟ ପାଇଁ ଦିନେ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା, ଏବେ କିଭଳି ଖାଦ୍ୟ ବଳକା ରାଜ୍ୟ ହୋଇପାରିଛି ସେ ବିଷୟରେ ଅବଗତ କରାଇବେ।

ଓ୍ୱାର୍ଲଡ ଫୁଡ୍ ପ୍ରୋଗ୍ରାମର ଏକଜିକ୍ୟୁଟିଭ୍ ଡିରେକ୍ଟର ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ନେଇ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ତା'ଛଡ଼ା ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଏକ ମଡେଲ୍ ଷ୍ଟେଟ୍ ହେବା ଉପରେ ବି ନବୀନ ଆଲୋକପାତ କରିବେ । ରୋମ୍ ଗସ୍ତ ସମୟରେ ନବୀନ ଭାଟିକାନ୍ ସିଟରେ ପୋପ୍ ଫ୍ରାନସିସ୍‌ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ୨୪ ତାରିଖରେ ରୋମରୁ ୟୁରୋପ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ୨୬ ତାରିଖରେ ଇନଭେଷ୍ଟର ମିଟ୍ ପାଇଁ ଦୁବାଇ ଗସ୍ତ କରିବେ । ୨୯ ତାରିଖରେ ଦୁବାଇରେ ମିଡିଲ ଇଷ୍ଟ ପୁଂଜି ନିବେଶକାରୀଙ୍କ ସହ ରାଜ୍ୟରେ ପୁଂଜିନିବେଶ ନେଇ ଚର୍ଚ୍ଚା କରିବେ । ଓଡିଶାରେ ବୈଦେଶିକ ପୁଂଜିନିବେଶ ନେଇ ଶିଳ୍ପ ବିଭାଗର ଏକ ପ୍ରତିନିଧି ଦଳ ପୁଂଜି ନିବେଶକାରୀଙ୍କ ସହ ଆଲୋଚନା କରିବେ । ମୁଖ୍ୟମନ୍ତ୍ରୀ ସହ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, 5T ସଚିବ ଭି.କେ ପାଣ୍ଡିଆନ, ଯୋଗାଣ ସଚିବ ଭି.ଭି ଯାଦବ, ଶିଳ୍ପ ସଚିବ ହେମନ୍ତ ଶର୍ମା ଓ ଦିଲ୍ଲୀସ୍ଥିତ ଆବାସିକ କମିଶନର ରବି କାନ୍ତ ବିଦେଶ ଗସ୍ତରେ ଅଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୨୨ବର୍ଷର କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବିଦେଶ ଗସ୍ତରେ ଯାଉଛନ୍ତି । ସେ ୨୦୧୨ ମେ' ୨୪ତାରିଖରେ ଲଣ୍ଡନ ଗସ୍ତରେ ଯାଇଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+