ଆଜି ରାଜ୍ୟରେ ଆଉ ୧୧୭୪ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ବଢିବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ । ଆଜି ହଜାରେ ଉପରକୁ ରହିଛି ସଂକ୍ରମଣ ଗ୍ରାଫ। ଗତକାଲି ୬୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ । ଆଜି ହଜାରେ ଉପରକୁ ରହିଛି ସଂକ୍ରମଣ ଗ୍ରାଫ । ଗତକାଲି ୬୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୫ ଜଣ ସଂକ୍ରମିତ ରହିଛନ୍ତି ।

Odisha Corona

ତେବେ ଖୋର୍ଦ୍ଧରୁ ସର୍ବାଧିକ ୩୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡରୁ ୨୬୧, ସମ୍ବଲପୁରରୁ ୮୯, ମୟୁରଭଞ୍ଜ ୮୭ ଓ କଟକରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୭୦୧୧ କୁ ବୃଦ୍ଧି ପାଇଛି ।

ସେହିପରି ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୧୬ ଜଣ, ବରଗଡ଼ରୁ ୨୩, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୬୩ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୫, ଗଜପତିରୁ ୫ ଜଣ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ ଜଣ, କନ୍ଧମାଳରୁ ୨୮ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ, କେଉଁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୩୧୬, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମାଲକାନଗିରରୁ ୧, ମୟୂରଭଞ୍ଜରୁ ୮୭ ଜଣ, ନବରଙ୍ଗପୁରରୁ ୧୬ ଜଣ, ନୟାଗଡ଼ ଜିଲ୍ଲାରୁ ୨୫ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ବଲପୁରରୁ ୮୯ ଜଣ, ସୋନପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୨୬୧ ଜଣ ଓ ଷ୍ଟେଟପୁଲରୁ ୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୯, ୦୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୨, ୮୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୧୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+